ଚିଲିକା (ସେକ କୌସର ): ଆଜି ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଠାରେ ବିଜେପି ପକ୍ଷରୁ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ସମସ୍ତ ବୁଥ୍ ସଭାପତି ଓ ସଂପାଦକ ମାନଙ୍କୁ ନେଇ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀରେ ରାଜ୍ୟ ବିଜେପିର ବରିଷ୍ଠ ନେତା ପୃଥ୍ୱୀରାଜ ହରିଚ଼ନ୍ଦନ, ଚ଼ିଲିକା ବିଧାନସଭା କ୍ଷେତ୍ରର ପ୍ରଭାରୀ ବିକାଶ ପଟ୍ଟନାୟକ, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ବରିଷ୍ଠ କାର୍ଯ୍ୟକର୍ତ୍ତା ସଞ୍ଜୟ ସାହୁ, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରାଙ୍କ ସମେତ ବହୁ ବରିଷ୍ଠ ନେତୃବୃନ୍ଦ ଯୋଗ ଦେଇ ଆଗାମୀ ସାଧାରଣ ନିର୍ବାଚ଼ନ ପାଇଁ ସାଂଗଠନିକ ଆଲୋଚ଼ନା କରିବା ସହ ବୁଥ୍ ସ୍ତରରେ ଦଳର ସଂଗଠନକୁ ସୁଦୃଢ କରିବା ନିମିତ୍ତ ରୋଡ଼ମ୍ୟାପ ପ୍ରସ୍ତୁତ କରିଥିଲେ।ସାଧାରଣ ନିର୍ବାଚନକୁ ଆଉ ମାତ୍ର ଦିନ କେଇଟା ଥିବା ବେଳେ ଚିଲିକା ନିର୍ବାଚନମଣ୍ଡଳିରେ ବିଜେପି ପୁଣି କିପରି ଉକ୍ତ ଆସନ ଦଖଲ କରିବ ସେ ନେଇ ବିସ୍ତୃତ ରଣନୀତି ପ୍ରସ୍ତୁତ ହୋଇଥିଲା l ଏହି ବୈଠକରେ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀର ସମସ୍ତ ବୁଥ୍ ସଭାପତି ଓ ସଂପାଦକ ଙ୍କ ସମେତ ବହୁ ବିଜେପି କର୍ମୀ ଯୋଗ ଦେଇଥିଲେ।
Sign in
Sign in
Recover your password.
A password will be e-mailed to you.