ହେମଗିର ବ୍ଲକ ପରିସର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

0 2

ସୁନ୍ଦରଗଡ଼, (ବସନ୍ତ କୁମାର ଜେନା): ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ହେମଗିର ବ୍ଲକ ପରିସର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଏବଂ ଜିଲ୍ଲା ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଦୁଃଖବନ୍ଧୁ ନାୟକ ଉପସ୍ଥିତ ରହି ଜନସାଧାରଣ ଙ୍କ ଅଭିଯୋଗ ଆଦି ର ଶୁଣାଣି କରିଥିଲେ।
ଆଜି ମୋଟ ୭୭ ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ୫୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିବାବେଳେ ୨୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଆଜି ଆସିଥିବା ଏହି ଅଭିଯୋଗ ଗୁଡ଼ିକ ମଧ୍ୟରୁ ମୁଖ୍ୟତଃ ରାସ୍ତାଘାଟ ଜନିତ, ପାନୀୟ ଜଳ, ରାସନ୍ କାର୍ଡ , ପୋଖରୀ ମରାମତି ଆଦି ପ୍ରମୁଖ ରହିଥିଲା।
ଏଥିରେ ଗୋଷ୍ଠି ଉନ୍ନୟନ ଅଧିକାରୀ ଶ୍ରୀ ବିଶ୍ଵନାଥ ସାହୁ, ତହସିଲଦାର ଶ୍ରୀ ଲାବନେନ୍ଦୁ ମହାନ୍ତି ଏବଂ ସମସ୍ତ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.