– କନିଷ୍ଠ ଶିକ୍ଷକଙ୍କୁ (Junior Teacher) ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କାର ମାସିକ ପାରିଶ୍ରମିକ

0 1

– ପିଛିଲା ଭାବେ ୦୧.୦୧.୨୦୨୩ ଠାରୁ ଲାଗୁ ହେବ

ଭୁବନେଶ୍ବରL: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (Junior Teacher) (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବୀକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି । ଏହି ବୃଦ୍ଧି ପିଛିଲା ଭାବେ ତା.୦୧.୦୧.୨୦୨୩ ରିଖ ଠାରୁ ଲାଗୁ ହେବ । ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ।

ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ ।

Leave A Reply

Your email address will not be published.