ଭବାନୀପାଟଣା ତା୧୫.୩.୨୦୨୪: ଚଳିତ ସାଧାରଣ ନିର୍ବାଚନ-୨୦୨୪ ନିମନ୍ତେ ଜିଲ୍ଲାରେ ପ୍ରିଜାଇଡିଂ ଅଧିକାରୀ ଏବଂ ପ୍ରଥମ ପୋଲିଂ ଅଧିକାରୀଙ୍କୁ ନେଇ ନିର୍ବାଚନ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି।ପ୍ରଥମ ପର୍ଯ୍ୟାୟ ରେ ଭବାନୀପାଟଣା ଉପଖଣ୍ଡ ଅନ୍ତର୍ଗତ ମା ମାଣିକେଶ୍ବରୀ ବିଶ୍ଵବିଦ୍ୟାଳୟ ର ୭ ଟି କକ୍ଷ ରେ ଏବଂ ସରକାରୀ ମହାବିଦ୍ୟାଳୟର ୭ ଟି କକ୍ଷରେ,ଧର୍ମଗଡ ଉପଖଣ୍ଡ ଅନ୍ତର୍ଗତ ସିଟି ସ୍କୁଲ, ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ତାଲିମ କାର୍ଯ୍ୟକ୍ରମ ଚାଲିଛି। ଜିଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ପି ଅନ୍ୱେଷା ରେଡ୍ଡୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ତାଲିମ କାର୍ଯ୍ୟକ୍ରମ ରେ ଏ ଏଲ ଏମ ଟି ଓ ଡି ଏଲ ଏମ ଟି ରୂପେ ନିୟୋଜିତ ବି ଡି ଓ ,ତହସିଲଦାର ଓ ଅନ୍ୟ ଅଧିକାରୀ ତାଲିମ ପ୍ରଦାନ କରୁଛନ୍ତି। ପ୍ରିଜାଇଡିଂ ଓ ପୋଲିଂ ଅଧିକାରୀ ମାନେ କିପରି ବ୍ୟବସ୍ଥିତ ଭାବେ ବୁଥ୍ ପର୍ଯ୍ୟନ୍ତ ଯିବେ, ଇ ଭି ଏମ ଓ ଭି ଭି ପାଟ ମେସିନ୍ ର ସଂଯୋଗ ଓ କାର୍ଯ୍ୟକାରିତା, କଣ୍ଟ୍ରୋଲ ୟୁନିଟ ର ବ୍ୟବହାର,ଭୋଟ ଦାନ ପ୍ରକ୍ରିୟା କୁ ଶୃଙ୍ଖଳିତ, ସେକ୍ଟର ଅଧିକାରୀ ଙ୍କୁ ସୁଚନା ଓ ଯୋଗାଯୋଗ ଉପରେ ବିଶେଷ ତାଲିମ ନେବେ।ଧର୍ମଗଡ ଉପଖଣ୍ଡ ରେ ମୋଟ ୧୪୮୨ ଜଣ ଏବଂ ଭବାନୀପାଟଣା ଉପଖଣ୍ଡ ରେ ମୋଟ ୧୮୫୬ ଜଣ ତିନି ଦିନ ୧୫/୩,୧୬/୩ ଏବଂ ୧୭/୩ ପର୍ଯ୍ୟାୟ କ୍ରମେ ତାଲିମ ନେବେ।ଆଜି ଧର୍ମଗଡ ଉପଖଣ୍ଡ ରେ ୫୨୨ ଜଣ ଓ ଭବାନୀପାଟଣା ଉପଖଣ୍ଡରେ ୬୯୬ ଜଣ ତାଲିମ ନେଉଛନ୍ତି।ଜିଲ୍ଲାରେ ମୋଟ ୧୪୧୨ ଟି ଵୁଥ ରେ ତାଲିମ ନେଉଥିବା କର୍ମଚାରୀ ଭୋଟ ଗ୍ରହଣ ଦିନ ଭୋଟଦାନ ପ୍ରକ୍ରିୟାକୁ ଶ୍ରୁଙ୍ଖଳିତ ଭାବେ ଦାୟିତ୍ଵ ନିର୍ବାହ କରିବେ।ଭବାନୀପାଟଣା ଉପଖଣ୍ଡ ପାଇଁ ଭବାନୀପାଟଣା ଉପଜିଲ୍ଲାପାଳ ଡ଼ ବିଶ୍ୱଜିତ ଦାସ ,ନିର୍ବାଚନ ସଂଯୁକ୍ତ ଅଧିକାରୀ ବିବେକାନନ୍ଦ ମହାନନ୍ଦ ଏବଂ ଧର୍ମଗଡ ଉପଖଣ୍ଡ ପାଇଁ ଧର୍ମଗଡ ଉପ ଜିଲ୍ଲାପାଳ ଧୀମନ ଚକମା ଓ ଅତିରିକ୍ତ ଜିଲ୍ଲାପାଳ ତ୍ରିଲୋଚନ ପାତ୍ର ପ୍ରତ୍ୟକ୍ଷ ଭାବେ ପରିଚାଳନା କରୁଛନ୍ତି।
Sign in
Sign in
Recover your password.
A password will be e-mailed to you.