ଜଗତସିଂହପୁର,ତା-/ସୁମନ୍ତ କୁମାର ଦାସ: ଆଗାମୀ ସାଧାରଣ ନିର୍ବାଚନ ୨୦୨୪ ଉପଲକ୍ଷେ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସଦଭାବନା ସଭାଗୃହରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀମତୀ ପାରୁଲ ପଟ୍ଟାୱାରୀଙ୍କ ଅଧ୍ୟକ୍ଷତାରେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାରେ ୪ଟି ବିଧାନସଭା ଆସନ ଓ ଗୋଟିଏ ଲକ୍ଷ୍ୟ ଆସନ ନିର୍ବାଚନ ପାଇଁ ଜିଲ୍ଲାପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି l ୨୦୨୪ ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳା ସହିତ ପରିଚାଳନା କରିବା ଓ ଜିରୋ ରିପୋଲିଂ କିଭଳି ନ ହେବ ସେଥିପ୍ରତି ଗୁରୁତ୍ୱ ଦିଆଯାଇଛି l ସମ୍ବେଦନଶୀଳ ଓ ଅତ୍ୟଧିକ ସମ୍ବେଦନଶୀଳ ବୁଥଗୁଡିକରେ ସିସିଟିଭି ଲଗାଯିବା ସହିତ ପୋଲିସଫୋର୍ସ ମୁତୟନ କରାଯିବ l ନିର୍ବାଚନ କମିଶନଙ୍କର ନିର୍ଦେଶ ମୁତାବକ ନିର୍ବାଚନ ପାଇଁ ଯେଉଁ ଅଚରଣଵିଧି ରହିଛି ତାହାକୁ ସଠିକ ଭାବରେ ପାଳନ କରିବା ସହିତ ନିରପେକ୍ଷ ଶାନ୍ତିପୂର୍ଣ୍ଣ ନିର୍ବାଚନ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି l ଏହି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ପି.ଆର, ଅତିରିକ୍ତ ଜିଲ୍ଲାପାଳ ସମ୍ବିତ ରାଉତ, ପାରାଦ୍ବୀପ ଅତିରିକ୍ତ ଜିଲ୍ଲାପାଳ ଲଳିତ ମୋହନ ବେହେରା, ଅତିରିକ୍ତ ଜିଲ୍ଲା ଅଭିମନ୍ୟୁ ବେହେରା, ଉପଜିଲ୍ଲାପାଳ ପ୍ରଦୀପ କୁମାର ସାହୁ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l
Sign in
Sign in
Recover your password.
A password will be e-mailed to you.