ସାଧାରଣ ନିର୍ବାଚନ ୨୦୨୪ ପରିପ୍ରେକ୍ଷୀରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ଏବଂ ରାଜ୍ୟ ସଶସ୍ତ୍ର ବାହିନୀ ମୁତୟନ ସଂପର୍କରେ ଗୁରୁତ୍ୱପୂର୍ଣ୍ଣ ବୈଠକ

0 1

ଭୁବନେଶ୍ୱର ତା-୧୮.୦୩.୨୦୨୪: ରାଜ୍ୟରେ ଆଗାମୀ ସାଧାରଣ ନିର୍ବାଚନ ୨୦୨୪ ପରିପ୍ରେକ୍ଷୀରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ (ସିଏପିଏଫ୍) ଏବଂ ରାଜ୍ୟ ସଶସ୍ତ୍ର ବାହିନୀ(ଏସ୍ଏପିଏଫ୍) ମୁତୟନ ସଂପର୍କରେଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା, ରାଜ୍ୟ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂ,ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଅତିରିକ୍ତ ନିର୍ବାଚନ ଅଧିକାରୀ ଡଃ. ଏନ୍.ଥିରୁମାଳା ନାଏକ, ରାଜ୍ୟ ପୁଲିସ୍ ମହାନିର୍ଦ୍ଦେଶକ ଶ୍ରୀ ଅରୁଣ କୁମାର ଷଡ଼ଙ୍ଗୀଙ୍କ ସମେତ ରାଜ୍ୟ ପୋଲିସ୍ ପ୍ରଶାସନର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ । ବିଭିନ୍ନ ପର୍ଯ୍ୟାୟରେ ଓଡିଶାରେ ହେବାକୁ ଥିବା ସାଧାରଣ ନିର୍ବାଚନ-୨୦୨୪ପରିପ୍ରେକ୍ଷୀରେ ଜିଲ୍ଲାଗୁଡିକରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପୁଲିସ୍ ମୁତୟନ କିପରି ରହିବ, ସେ ସଂପର୍କରେ ବୈଠକରେ ବିଶଦ୍ ଆଲୋଚନା କରାଯାଇଛି ।ଇଭିଏମ୍ କମିଶନିଂ ଠାରୁ ଆରମ୍ଭ କରିଷ୍ଟ୍ରଙ୍ଗ୍ ରୁମରେ କଡା ସୁରକ୍ଷା ବ୍ୟବସ୍ଥାଏବଂ ମତଦାନ ଦିବସଗୁଡ଼ିକରେ ନିର୍ବାଚନ ଯେପରି ଶାନ୍ତି ଶୃଙ୍ଖଳାର ସହ ଅନୁଷ୍ଠିତ ହେବ, ସେଥିପାଇଁ ପୋଲିସ୍ ପ୍ରଶାସନ ତରଫରୁ ସମସ୍ତ ବ୍ୟବସ୍ଥା ଗ୍ରହଣ ନେଇ ବୈଠକରେ ଆଲୋଚନା କରାଯାଇଥିଲା ।

 

Leave A Reply

Your email address will not be published.