ପୋଷ୍ଟାଲ ବାଲାଟରେ ଭୋଟ ଦେବେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଡ୍ରାଇଭର ଓ କଣ୍ଡକ୍ଟର

0 1

ଭୁବନେଶ୍ୱର:ଗଣତନ୍ତ୍ର ପାଇଁ ପ୍ରତିଟି ଭୋଟ ମୂଲ୍ୟବାନା ଯେପରି ମତଦାନରୁ ଜଣେ ବି ମତଦାତା ବାଦ ନପଡ଼ନ୍ତି, ସେଥିପ୍ରତି ସର୍ବଥା ଚେଷ୍ଟିତ ରହିଛନ୍ତି ଭାରତ ନିର୍ବାଚନ କମିଶନା ସେହି କ୍ରମରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହୋଇଥିବା ଡ୍ରାଇଭର, କଣ୍ଡକଫର ଓ କ୍ଲିନରମାନଙ୍କୁ ମଧ୍ୟ ପୋଷ୍ଟାଲ ବାଲାଟ ମାଧ୍ୟମରେ ମତଦାନ କରିବାର ଅଧିକାର ଦିଆଯାଇଛିା
ଓଡ଼ିଶାରେ ମତଦାନ ଦିନ ଯେଉଁ ଡ୍ରାଇଭର, କଣ୍ଡକଫର ଓ କ୍ଲିନରମାନେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ହେବେ ସେମାନେ ଯେପରି ଉଚିତ ଭାବରେ ମତଦାନ କରିପାରିବେ ସେଥିପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛିା ଏଥି ପାଇଁ ଜିଲ୍ଲା ନିର୍ବାଚନ ଅଧିକାରୀମାନେ ଜଣେ ନୋଡ଼ାଲ ଅଧିକାରୀଙ୍କୁ ମନୋନୀତ କରିବେ, ଯାହାଙ୍କ ଦ୍ୱାରା ନିର୍ବାଚନ ପ୍ରକ୍ରିୟା ପାଇଁ ବ୍ୟବହୃତ ଗାଡ଼ି ଅଧିଗ୍ରହଣ କରାଯିବା ଯେଉଁ ଡ୍ରାଇଭର, କଣ୍ଡକ୍ଟର ଓ କ୍ଲିନରମାନେ ଏହି ଗାଡ଼ିରେ ନିୟୋଜିତ ଥିବେ ତାଙ୍କର ମତଦାନ ସଂକ୍ରାନ୍ତୀୟ ସମସ୍ତ ତଥ୍ୟ ନୋଡ଼ାଲ ଅଧିକାରୀଙ୍କ ଦ୍ୱାରା ନିଶ୍ଚିତ କରାଯିବ ଓ ସେମାନଙ୍କୁ ପୋଷ୍ଟାଲ ବାଲାଟ୍ ମାଧ୍ୟମରେ ମତଦାନ ପାଇଁ ଫର୍ମ-୧୨ ଯୋଗାଇ ଦିଆଯିବା ଏହି ଫର୍ମ-୧୨ରେ ଉକ୍ତ ଡ୍ରାଇଭର, କଣ୍ଡକ୍ଟର ଓ କ୍ଲିନରଙ୍କ ମତଦାନ ସମ୍ବନ୍ଧୀୟ ଆବଶ୍ୟକୀୟ ତଥ୍ୟ ଉଚିତ ରୂପେ ପୂରଣ ହୋଇଥିବା ନିଶ୍ଚିତ କରି ନୋଡ଼ାଲ ଅଧିକାରୀ ସେମାନଙ୍କ ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣିଂ ଅଫିସରଙ୍କୁ ଅତି କମ୍ରେ ମତଦାନ ତାରିଖର ୭ ଦିନ (ସାତଦିନ) ପୂର୍ବରୁ ପଠାଇବୋ ଏହା ଦ୍ୱାରା ଉକ୍ତ ମତଦାତାମାନଙ୍କ ପାଇଁ ପୋଷ୍ଟାଲ ବାଲାଟର ବ୍ୟବସ୍ଥା କରାଯାଇ ପାରିବା
ନିର୍ବାଚନ ପରିଚାଳନା ଅଧିନିୟମ-୧୯୬୧ରେ ନୂତନ ଭାବେ ଯୋଡ଼ା ଯାଇଥିବା ନିୟମ ୧୮(କ) ଅନୁସାରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଭୋଟରମାନେ କେବଳ “ଫେସିଲିଟେସନ୍ ସେଣ୍ଟର’ରେ ହିଁ ନିଜ ନିଜର ମତଦାନ କରିବୋ ଏଣୁ ଏହି ଡ୍ରାଇଭର, କଣ୍ଡକ୍ଟର, କ୍ଲିନର୍ ରିଟର୍ଣ୍ଣିଂ ଅଫିସରଙ୍କ ଦ୍ୱାରା ସ୍ଥିରୀକୃତ ସ୍ଥାନ ଓ ସମୟ ଅବଧି ମଧ୍ୟରେ ଫେସିଲିଟେସନ୍ ସେଣ୍ଟରରେ ମତଦାନ କରିବୋ
ଭାରତ ନିର୍ବାଚନ କମିଶନଙ୍କ ଦ୍ୱାରା କରାଯାଇଥିବା ଏହି ବ୍ୟବସ୍ଥା ଯେପରି ଓଡ଼ିଶାରେ ଉପଯୁକ୍ତ ଭାବରେ କାର୍ଯ୍ୟକାରୀ ହୋଇପାରିବ ସେଥିପାଇଁ ସମସ୍ତ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ପରିବହନ କମିଶନ ଓ ସମସ୍ତ ଜିଲ୍ଲା ନିର୍ବାଚନ ଅଧିକାରୀମାନଙ୍କୁ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛିା

Leave A Reply

Your email address will not be published.