ଭୁବନେଶ୍ୱର : “ବିଜେଡି ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ସମସ୍ତ ୨୧ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବା ସହିତ ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେୃତ୍ୱତ୍ୱରେ ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ।” ବୋଲି କହି ମେଣ୍ଟକୁ ନେଇ ଓଡିଶା ରାଜନୈତିକ ଆକାଶରେ ଘଟିଥିବା ଧୁଆଁକୁ ହଟାଇ ସ୍ପଷ୍ଟ କରିକରିବା ସହ ନିର୍ବାଚନୀ ଯୁଦ୍ଧର ଶଙ୍ଖ ବଜାଇଛନ୍ତି ବିଜେଡିର ସେନାପତି ତଥା ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) |
ଶ୍ରୀ ଦାସ ତାଙ୍କ ଏକ୍ସ ହାଣ୍ଡଲ ରେ କହିଛନ୍ତି ଯେ ” ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି।
ବିଜେଡି ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ସମସ୍ତ ୨୧ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବା ସହିତ ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେୃତ୍ୱତ୍ୱରେ ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ।”
ସେ ଆହୁରି ମଧ୍ୟ କହିଛନ୍ତି ” ରାଷ୍ଟ୍ର ଗଠନ ପାଇଁ ସହକାରୀ ସଂଘବାଦ (Cooperative Federalism) ଓ ରାଷ୍ଟ୍ରନୀତିଜ୍ଞତା (Statesmanship) ମନୋଭାବ ସହିତ ଓଡ଼ିଶାବାସୀଙ୍କୁ ସବୁବେଳେ ଆଗଧାଡ଼ିରେ ରଖି ସେମାନଙ୍କ କଲ୍ୟାଣ ପାଇଁ ବିଜେଡି ନିଷ୍ପତ୍ତି ନେବ।
ନୂତନ ଓ ସଶକ୍ତ ଓଡ଼ିଶା ଆମର ଲକ୍ଷ୍ୟ ହେବ ଏବଂ ଆମର ଲୋକପ୍ରିୟ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆମେ ଏହାକୁ ହାସଲ କରିବା ଦିଗରେ ଆଗେଇ ଚାଲିଛୁ।”
Sign in
Sign in
Recover your password.
A password will be e-mailed to you.