“ଦୋଳ ଉତ୍ସବ” – ୨୦୨୪ ର ଦ୍ବିତୀୟ ସନ୍ଧ୍ୟା : ହୋଲି ଉପରେ ଦଳଗତ ନୃତ୍ୟ ଦର୍ଶକଙ୍କ ମନ ମୋହିଥିଲା

0

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଦୋଳଉତ୍ସବ ଓ ଦୋଳବନ୍ଧ ଉନ୍ନୟନ କମିଟି ଏବଂ ଜିଲ୍ଲା ସଂସ୍କୃତି ପରିଷଦ ମିଳିତ ଆନୁକୁଲ୍ୟରେ “ଦୋଳ ଉତ୍ସବ” – ୨୦୨୪ ଦୋଳବନ୍ଧ ନିକଟ ଦୋଳମଣ୍ଡପ ଠାରେ ଦୀର୍ଘ ୬ଦିନ ଧରି ହୋବାକୁ ଥିବା ଦୋଳତ୍ସବ ଦ୍ବିତୀୟ ସନ୍ଧ୍ୟାରେ ରାମ ସ୍ୱାମୀ ମନ୍ଦିରରୁ ପ୍ରଭୁ ଦୋଳଗୋବିନ୍ଦ ସୁସଜ୍ଜିତ ବିମାନରେ ବସି ନଗର ପରିକ୍ରମା କରି ଦୋଳବନ୍ଧ ନିକଟ ଦୋଳମଣ୍ଡପକୁ ବିଜେ କରିଥିଲେ।
ଦ୍ବିତୀୟ ସନ୍ଧ୍ୟାରେ ମୁଖ୍ୟ ଅତିଥି ରୂପେ ପାରଳାଖେମୁଣ୍ଡିର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସରୋଜ ପଣ୍ଡା ଯୋଗଦେଇଥିବା ବେଳେ ଅତିଥି ଭାବେ ବିନୋଦ ଚନ୍ଦ୍ର ଜେନା , ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ପ୍ରମୁଖ ମଞ୍ଚାସୀନ ଥିଲେ।
ଶ୍ରଦ୍ଧାଳୁଙ୍କ ମନୋରଞ୍ଜନ ପାଇଁ ପ୍ରତ୍ୟେକ ଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି।
ଦ୍ବିତୀୟ ସନ୍ଧ୍ୟାରେ ଡ୍ରିମ୍ ଡେନ୍ସ ଗ୍ରୁପ୍ , ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଓ ପାରଳାର ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ସମଲେଇ ନୃତ୍ୟକଳା ପରିଷଦର ନୃତ୍ୟଶିଳ୍ପୀ ମାନଙ୍କ ଦ୍ୱାର ରଙ୍ଗାରଙ୍ଗ ନୃତ୍ୟ ପରିବେଷଣ କରିଥିବା ବେଳେ ହୋଲି ଉପରେ ଦଳଗତ ନୃତ୍ୟ ଦର୍ଶକଙ୍କ ମନ ମୋହିଥିଲା। ପରେ ସ୍ଥାନୀୟ ଭକ୍ତି ତରଙ୍ଗ ସଂସଦ ପକ୍ଷରୁ ଗୁରୁ କୈଳାସ ପଟ୍ଟନାୟକଙ୍କ ନିର୍ଦ୍ଦେଶନାରେ କଣ୍ଶିଳ୍ପୀ ମାନଙ୍କ ଦ୍ୱାରା ଭକ୍ତି ସଙ୍ଗୀତ ପରିବେଷଣ କରିଥିଲେ।
ସମସ୍ତ କାର୍ଯ୍ୟକ୍ରମ କୁ ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ସଂଯୋଜନା କରିଥିବା ବେଳେ ବିଚିତ୍ରାନନ୍ଦ ବେବର୍ତ୍ତା ଓ ଦୋଳବନ୍ଧ ଦୋଳ ଉତ୍ସବ କମିଟିର କର୍ମକର୍ତ୍ତା ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Leave A Reply

Your email address will not be published.