ମୋଦିଙ୍କ ଆଦର୍ଶରୁ ମୁହଁ ଫେରାଇ ନବୀନଙ୍କ ଆଦର୍ଶରେ ପ୍ରଭାବିତ ହେଲେ ଇରାନୀ

0

ବିଜେଡ଼ିରେ ଯୋଗଦେଲେ ନୟାଗଡ଼ ବିଜେପି ବିଧାୟିକା ପ୍ରାର୍ଥୀ ଇରାନୀ ରାୟ

ଭୁବନେଶ୍ୱର, ୨୪/୦୩/୨୦୨୪:ନୟାଗଡ଼ ନିର୍ବାଚନମଣ୍ଡଳୀର ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ବିଧାୟିକା ପ୍ରାର୍ଥୀ ଇରାନୀ ରାୟଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଡଃ ଅରୁଣ ସାହୁ, ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଓ ଡଃ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।ଦଳରେ ସାମିଲ୍ହୋଇଥିବା ବିଜେପି ବିଧାୟିକା ପ୍ରାର୍ଥୀ ଇରାନୀ ରାୟ ଏବଂ ଶତାଧିକ ବିଜେପି କର୍ମୀଙ୍କୁ ଡଃ ସାହୁ, ଶ୍ରୀ ମଙ୍ଗରାଜ ଓ ଡଃ ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ ।ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷ କରି ନୟାଗଡ଼ ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡଃସାହୁ, ଶ୍ରୀମଙ୍ଗରାଜ ଓ ଡଃ ପାତ୍ର କହିଥିଲେ ।
ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ବିଧାୟିକା ପ୍ରାର୍ଥୀ ଇରାନୀ ରାୟ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ,ନୟାଗଡ଼ରେ ବିଜେପି ପାଇଁ ବହୁତ କିଛି କରିଥିଲି । ମୋ ପରିଶ୍ରମ ଓ ତ୍ୟାଗର ସମ୍ମାନ ମୋତେ ବିଜେପିରେ ମିଳିଲାନି । ବିଜେପିରେ ମହିଳାଙ୍କୁ ସମ୍ମାନ ମିଳେନାହିଁ । ମୋ ସହିତ ଅନ୍ୟାୟ କରିଛି ବିଜେପି । ବିଜେପିର ଅନ୍ୟାୟ ବିରୋଧରେ ଲଢ଼ିବି । ବିଜେପିରେ ମୋତେ ବହୁତ ଅଣଦେଖା କରାଯାଉଥିଲା । ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲିା ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେତାକୁ ସୂଚାରୁ ରୂପେ ତୁଲାଇବି । ଦଳରେ ମୋତେ ଏବଂ ମୋ ସହଯୋଗ ଦେଇଥିବା ସମସ୍ତ ବିଜେପିକର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।
ଏହି ମିଶ୍ରଣ ପର୍ବରେ ବାଲୁଗାଁ ମଣ୍ଡଳ ସଭାପତି ବିନୋଦ କୁମାର ନାୟକ, ଜିଲ୍ଲା କୋଷାଧ୍ୟକ୍ଷ ପ୍ରଭାତ କୁମାର ଷଡ଼ଙ୍ଗୀ, ଓଡଗାଁ ମଣ୍ଡଳ ସଭାପତି ଦୁର୍ଗାଚରଣ ପଣ୍ଡା, କୃଷକ ମୋର୍ଚ୍ଚା ସଭାପତି ଶିବଶଙ୍କର ମହାନ୍ତି, ଓଡଗାଁ ଏନଏସି ମଣ୍ଡଳସଭାପତି ପ୍ରକାଶ ଦାସ, ନୟାଗଡ଼ ଜିଲ୍ଲା ଉପସଭାପତି ବିରେନ୍ଦ୍ର ନାୟକ, ଓବିସି ମୋର୍ଚ୍ଚା ସାଧାରଣ ସମ୍ପାଦକ ମାନସ ରଞ୍ଜନ ସାହୁଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ୍ ହୋଇଥିଲୋ ଏହି ମିଶ୍ରଣ ପର୍ବରେ ଅନ୍ୟମାନଙ୍କ ମଧ୍ୟରେ ବିଜେଡ଼ି ମୁଖପାତ୍ର ତୁମ୍ବନାଥ ପଣ୍ଡା ଓ ଅମିତ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.