ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ଅଙ୍ଗନବାଡି କେନ୍ଦ୍ର ହେଲା ସକାଳୁଆ

0 1

ଭୁବନେଶ୍ୱର: ଚଳିତ ବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟ ସମୟକୁ ପରିବର୍ତ୍ତନ କରାଯାଇଛିା ଗ୍ରୀଷ୍ମ ଦାଉରୁ ରକ୍ଷା ପାଇବା ନିମନ୍ତେ ଅଙ୍ଗନବାଡି କେନ୍ଦ୍ରର କାର୍ଯ୍ୟସମୟକୁ ସକାଳ ୭ଟା ରୁ ୧୧.୩୦ ଯାଏ ଧାର୍ଯ୍ୟ କରାଯାଇଛିା ଏନେଇ ମହିଳା ଶିଶୁ ବିକାଶ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛିା ଖରା ଓ ଗରମକୁ ଦୃଷ୍ଟିରେ ରଖି ଅଙ୍ଗନବାଡି କେନ୍ଦ୍ରରେ ଶୁଦ୍ଧ ପାନୀୟ ଜଳ ସହ ଯଥେଷ୍ଟ ପରିମାଣର ଓଆର୍ଏସ୍ ପ୍ୟାକେଟ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛିା
ସୂଚନାଯୋଗ୍ୟ କି ରାଜ୍ୟରେ କ୍ରମାଗତ ଭାବେ ବଢୁଥିବା ତାପମାତ୍ରାକୁ ଆଖି ଆଗରେ ରଖି ଆଗୁଆ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛିା ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ପ୍ରତିକାର ଓ ମୁକାବିଲା କରାଯିବା ପାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛିା

Leave A Reply

Your email address will not be published.