ଭବାନୀପାଟଣା(ଶାସକ ପ୍ରଶାସକ ): ଆଜି ସ୍ଥାନୀୟ ଟାଉନ ହଲ ଠାରେ ଜିଲ୍ଲା ସ୍ତରୀୟ ୮୯ ତମ ଓଡ଼ିଶା ଦିବସ ନିର୍ବାଚନ ଦିଶା ନିର୍ଦ୍ଦେଶ ଅନୁଯାୟୀ ମହାସମାରୋହରେ ପାଳନ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ରୂପେ ଜିଲ୍ଲାପାଳ କଳାହାଣ୍ଡି ପି ଅନ୍ୱେଷା ରେଡ୍ଡୀ ଓ ସମ୍ମାନିତ ଅତିଥି ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ , ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାର, ଲାଞ୍ଜିଗଡ଼ ତହସିଲଦାର କିରଣ କୁମାର ମହାନ୍ତି ଏବଂ ମୁଖ୍ୟବକ୍ତା ବୋର୍ଡା ହାଇସ୍କୁଲ ପ୍ରଧାନଶିକ୍ଷକ ପ୍ରକାଶ ଚନ୍ଦ୍ର ନିଷଙ୍କ ପ୍ରମୁଖ ଯୋଗ ଦେଇଥିଲେ।ଅତିଥିଗଣ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଓଡିଶା ର ବରପୁତ୍ରମାନଙ୍କର ନିସ୍ୱାର୍ଥପର ତ୍ୟାଗ ,ବଳିଦାନଓ ଉଦ୍ୟମ ସମ୍ପର୍କରେ ସ୍ମୃତି ଚାରଣ ସହ ସମୃଦ୍ଧ ଓ ସଶକ୍ତ ଓଡିଶା ତଥା ଓଡ଼ିଆର ସ୍ୱାଭିମାନ କୁ ପାଥେୟ କରି ସ୍ବପ୍ନର ଓଡ଼ିଶାକୁ ସାକାର କରିବାରେ ସମସ୍ତଙ୍କର ଭୂମିକା ଗୁରୁତ୍ଵପୂର୍ଣ୍ଣ ବୋଲି କହିଥିଲେ।ଓଡ଼ିଶା ର ଭାଷା ,ସଂସ୍କୃତି, ଏତ୍ୟିହ, ପରମ୍ପରା, ଚଳଣି ,ସାହିତ୍ୟ, ଅସ୍ମିତା କୁ ବଜାୟ ରଖିବାକୁ ଉଦ୍ୟମ ଜାରି ରଖିବା ସହ ଏହାର ଉତୋରତ୍ତର ଉନ୍ନତି ପାଇଁ ସମସ୍ତେ ଚେଷ୍ଟା କରିବାକୁ ମତ ପ୍ରକାଶ ପାଇଥିଲା।
ଏହି ଦିବସ ପାଳନ ଅବସରରେ ସକାଳ ୪.୩୦ ମଧ୍ୟରେ ମିନିଟ ସମୟରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସହରରେ ଉତ୍କଳ ବନ୍ଦନା ତଥା ଦେଶାତ୍ମବୋଧକ ସଙ୍ଗୀତ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ପରିବେଷଣ ହୋଇଥିଲା।ସକାଳ ୭.୩୦ ମି ସମୟରେ ସହରରେ ଅବସ୍ଥାପିତ ୧୩ ଗୋଟି ମହାପୁରୁଷ ପ୍ରତିମୂର୍ତ୍ତି ଠାରେ ନିକଟସ୍ଥ ବିଦ୍ୟାଳୟ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ପୁଷ୍ପମାଲ୍ୟ ଅର୍ପଣ ଓ ପୂଜ୍ୟପୂଜା କରାଯାଇଥିଲା।ସ୍ଥାନୀୟ ପୌରପରିଷଦ ଛକ ସ୍ତିତ ଉତ୍କଳମଣି ଗୋପବନ୍ଧୁ ଦାସ ଙ୍କ ପ୍ରତିମୂର୍ତ୍ତି ଠାରେ ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ଙ୍କ ସମେତ ବି ଏମ ହାଇସ୍କୁଲ ,ସତ୍ୟ ସାଇ ବିଦ୍ୟା ମନ୍ଦିର ର ଛାତ୍ର,ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ,ସରକାରୀ ଅଧିକାରୀଙ୍କ ଗ୍ରହଣରେ ପୁଷ୍ପମାଲ୍ୟ ଓ ପୂଜ୍ୟପୂଜା କରାଯାଇଥିଲା। ସଂଧ୍ୟା କାର୍ଯ୍ୟକ୍ରମ ଟାଉନ ହଲ ଠାରେ ପ୍ରଦୀପ ପ୍ରଜ୍ବଳନ, ସଭାକାର୍ଯ୍ୟ ପରେ ହାଇସ୍କୁଲ ଓ ଉଚ୍ଚ ପ୍ରାଥମିକ ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ ଓଡ଼ିଆ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାର ଉତିର୍ଣ୍ଣ ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ସାର୍ଟିଫିକେଟ,ଟ୍ରଫି ପ୍ରଦାନ କରିଥିଲେ। ସାଂସ୍କୃତିକ କାର୍ଯ୍ୟକ୍ରମ ରେ କଳାହାଣ୍ଡି କଳାକେନ୍ଦ୍ର ଦ୍ବାରା ଓଡିଶୀ ନୃତ୍ୟ, ଜେ କେ ସ୍କୁଲ ଅଫ ଡାନ୍ସ ,ବୃନ୍ଦାବନ ସ୍ମାର୍ଟ ସ୍କୁଲ, ସରକାରୀ ହାଇସ୍କୁଲ ଲାଞ୍ଜିଗଡ ରୋଡ,ନୃତ୍ୟ ରସିକା ଡାନ୍ସ ଏକାଡେମୀ ସମ୍ବଲପୁରୀଓ ଲୋକ ନୃତ୍ୟ ପରିବେଷଣ କରିଥିଲେ।ସରସ୍ଵତୀ ବିଦ୍ୟା ମନ୍ଦିର ବ୍ରଜବିହାର ର ଛାତ୍ରୀ ମାନେ ପ୍ରାରମ୍ଭ ରେ “ବନ୍ଦେ ଉତ୍କଳ ଜନନୀ “ଗାନ କରିଥିଲେ।ଏହି ଅବସରରେ ୧ ତାରିଖ ରାତ୍ରି ସମୟରେ ବିଭିନ୍ନ ସରକାରୀ ,ବେସରକାରୀ କୋଠା ମାନଙ୍କରେ ଲିଚୁ ଲାଇଟ୍ ଦ୍ଵାରା ସୁସଜ୍ଜିତ କରାଯାଇଥିଲା
ସ୍ଵାଗତ ଭାଷଣ ସହ ସଭା କାର୍ଯ୍ୟକ୍ରମ ର ପରିଚାଳନା ଓ ଆୟୋଜନ କରିଥିଲେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ମନୋଜ ବେହେରା ଏବଂ କାର୍ଯ୍ୟକ୍ରମକୁ ଶ୍ରୀ ବିରଞ୍ଚି ମୁଣ୍ଡ ସଞ୍ଚାଳନ କରିଥିଲେ।ଦିବସ ବ୍ୟାପୀ କାର୍ଯ୍ୟକ୍ରମରେ ଶିକ୍ଷକ ଶ୍ରୀ ରବି କାନୁନଗୋ,ଜିଲ୍ଲା ସଂସ୍କୃତି କାର୍ଯ୍ୟଳୟ ଓ ସୂଚନା ଲୋକ ସମ୍ପର୍କ କାର୍ଯ୍ୟଲୟର କର୍ମଚାରୀ ସହଯୋଗ କରିଥିଲେ। ସଭାରେ ବିଭିନ୍ନ ସ୍କୁଲ ର ଛାତ୍ର ଛାତ୍ରୀ,ଶିକ୍ଷକ ଶିକ୍ଷୟତ୍ରୀ, କଳାକାର ଅନୁଷ୍ଠାନ ର କର୍ମକର୍ତ୍ତା, ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.
Next Post