ଭୁବନେଶ୍ୱର, ୧ ଏପ୍ରିଲ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସୋମବାର ୮୯ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି । ୧୯୩୬ ମସିହା ଏପ୍ରିଲ ୧ ତାରିଖ ଦିନ ଭାଷା ଭିତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହେବାର ସ୍ମୃତିକୁ ଉଦ୍ଜୀବିତ କରି ବିଶ୍ୱବିଦ୍ୟାଳୟ ପକ୍ଷରୁ ଏହି ଦିବସ ପାଳନ କରାଯାଇଛି ।
ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଭିନ୍ନ ଅନୁଷ୍ଠାନର ଡିନ୍, ଫ୍ୟାକଲ୍ଟି, ବରିଷ୍ଠ କର୍ମକର୍ତା ଓ କର୍ମଚାରୀମାନେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବିନ୍ଧାଣୀ ତଥା ବରପୁତ୍ର ଉତ୍କଳ ଗୌରବ ମଧୁସୁଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେଓ, ବ୍ୟାସକବି ଫକୀର ମୋହନ ସେନାପତି, ସ୍ୱଭାବ କବି ଗଙ୍ଗାଧର ମେହେର ଓ ଡକ୍ଟର ହରେକୃଷ୍ଣ ମହତାବଙ୍କ ସ୍ମୃତିରେ ତାଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।
ଏହି ମହାପୁରୁଷ ମାନଙ୍କର ଅବଦାନର ସ୍ମୃତିଚାରଣ କରି ପ୍ରଫେସର ନନ୍ଦ କହିଥିଲେ ଯେ ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ବିକଶିତ ରାଜ୍ୟ ଭାବେ ଗଢ଼ି ତୋଳିବାରେ ଆମ ସମସ୍ତଙ୍କର ଦାୟିତ୍ୱ ରହିଛି । ରାଜ୍ୟର ପ୍ରଗତି ନେଇ ପ୍ରଫେସର ନନ୍ଦ କହିଥିଲେ ଯେ କଳା ଓ ସଂସ୍କୃତି, ସାହିତ୍ୟ, ବିଜ୍ଞାନ ଓ ପ୍ରଯୁକ୍ତି ଶିଳ୍ପ, ଶିକ୍ଷା ଓ କ୍ରୀଡ଼ା କ୍ଷେତ୍ରରେ ଓଡ଼ିଶାର ଅନେକ ଅବଦାନ ରହିଛି ।
ଏହି ଅବସରରେ ଆୟୋଜିତ ଏକ ଆଲୋଚନାଚକ୍ରରେ ସୋଆର ଉପକୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ର, ପରୀକ୍ଷା ନିୟନ୍ତ୍ରକ ପ୍ରଫେସର ମଞ୍ୁଳା ଦାସ, ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍)ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ, ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍ସେସ୍ ଆଣ୍ଡ ଆନିମଲ ହଜବ୍ୟାଣ୍ଡରିର ଡିନ୍ ପ୍ରଫେସର ବ୍ରହ୍ମଦେବ ପଟ୍ଟନାୟକ, ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି, ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ସ୍କୁଲ୍ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍ସେସ୍ର ଆଡିସ୍ନାଲ୍ ଡିନ୍ ପ୍ରଫେସର ଦେବଜ୍ୟୋତି ଦାସ, ଆଡିସ୍ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ଆଇଟିଇଆର୍ର ପ୍ରଫେସର ରେଣୁ ଶର୍ମା, ଲିଗାଲ୍ ଆଫେୟାର୍ସ ନିର୍ଦ୍ଦେଶକ ଶ୍ରୀ ସଞ୍ଜୟ କୁମାର ସାହୁ, ଏଚ୍ଆର୍ ଅଫିସର ଶ୍ରୀ ଶଶାଙ୍କ ଚୌଧୁରୀ ଏବଂ ଜଏଂଟ ରେଜିଷ୍ଟ୍ରାର ଡକ୍ଟର ମଧୁବ୍ରତା ମହାନ୍ତି ପ୍ରମୁଖ ଉପସ୍ଥିତ ରହି ବକ୍ତବ୍ୟ ରଖିଥିଲେ ।
ଆଗାମୀ ବର୍ଷ ଠାରୁ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଓଡ଼ିଆ ଭାଷାକୁ ଅଧିକ ଲୋକପ୍ରିୟ କରିବା ପରିପ୍ରେକ୍ଷୀରେ ଉତ୍କଳ ଦିବସ ଉପଲକ୍ଷେ ଓଡ଼ିଆ ରଚନା ଓ ବକ୍ତୃତା ପ୍ରତିଯୋଗିତା ଆୟୋଜନ କରାଯିବ ବୋଲି ନିଷ୍ପତି ନିଆଯାଇଛି ।
Sign in
Sign in
Recover your password.
A password will be e-mailed to you.
Prev Post