ସୁନ୍ଦରଗଡ଼,(ବସନ୍ତ କୁମାର ଜେନା): ଜିଲ୍ଲା ପ୍ରଶାସନ ଦ୍ବାରା ଆଜି ସୁନ୍ଦରଗଡ଼ ଜିଲ୍ଲା ସଦର ମହକୁମା ଠାରେ ଆଜି ଜିଲ୍ଲାସ୍ତରୀୟ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ଏହି ଅବସର ରେ ଆଜି ପ୍ରାତଃ ଡାକବାଜି ଯନ୍ତ୍ର ମାଧ୍ୟମରେ ସୁନ୍ଦରଗଡ଼ ସହର ମଧ୍ୟରେ ଦେଶାତ୍ମବୋଧକ ସଙ୍ଗୀତ ପରିବେଷଣ କରାଯାଇଥିଲା। ସେହିପରି ସହର ମଧ୍ୟରେ ଥିବା ବରପୁତ୍ର ମାନଂକ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ସେହିପରି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ପରିସର ରେ ଥିବା ବରପୁତ୍ର ମାନଂକ ପ୍ରତିମୂର୍ତ୍ତି ରେ ମଧ୍ୟ ମାଲ୍ୟାର୍ପଣ କରାଯାଇଥିଲା। ଏଥିରେ ଜିଲ୍ଲାପାଳ ଡ଼ା ପରାଗ ଗଭାଲି, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ରବି ନାରାୟଣ ସାହୁ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ଅଭିମନ୍ୟୁ ମାଝୀ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଦୁଃଖବନ୍ଧୁ ନାୟକ, ଏବଂ ସମସ୍ତ ବିଭାଗୀୟ ଅଧିକାରୀ ତଥା କର୍ମଚାରୀ ଉପସ୍ଥିତ ରହି ବରପୁତ୍ର ମାନଂକ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।
ପରେ ପରେ ସନ୍ଧ୍ୟାରେ ସ୍ଥାନୀୟ ସଂସ୍କୃତି ଭବନ ପ୍ରେକ୍ଷାଳୟ ଠାରେ ଏକ ସାଧାରଣ ସଭା ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମ ରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ନନ୍ଦିନୀ ମୁଣ୍ଡାରୀ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରବି ନାରାୟଣ ସାହୁ ଯୋଗ ଦେଇ ଓଡ଼ିଶା ଦିବସ ପାଳନ ର ମହତ୍ତ୍ଵ ଉପରେ ଆଲୋକପାତ କରିବା ସହିତ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନରେ ଅତୁଳନୀୟ ଅବଦାନ ଥିବା ସେହି ମହାପୁରୁଷ ମାନଂକ ସ୍ମୃତି ଚାରଣ କରିଥିଲେ।
କାର୍ଯ୍ୟକ୍ରମ ରେ ବକ୍ତା ଭାବେ ଯୋଗ ଦେଇ ସରକାରୀ ମହାବିଦ୍ୟାଳୟ ର ସହାୟକ ପ୍ରାଧ୍ୟାପକ ଶ୍ରୀ ନୂତନ ଖମାରୀ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଉପରେ ବୀର ମାଟିର ସେହି ମହାନ୍ ବରପୁତ୍ର ମାନଂକ ଅବିରତ ସଂଗ୍ରାମ ସମ୍ପର୍କରେ ବ୍ୟାଖ୍ୟା କରିବା ସହିତ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ସେହି ମହାପୁରୁଷ ମାନଙ୍କ ମହାନ୍ ଆଦର୍ଶ ରେ ଅନୁପ୍ରାଣିତ ହେବାକୁ ଆହ୍ବାନ ଦେଇଥିଲେ । କାର୍ଯ୍ୟକ୍ରମ ରେ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଅମୂଲ୍ୟ ପଧାନ, ଜିଲ୍ଲା ମଙ୍ଗଳ ଅଧିକାରୀ ଶ୍ରୀ ପବିତ୍ର ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ଏବଂ ଓଡ଼ିଶା ର ସେହି ଚିର ନମସ୍ୟ ମହାମନିଷୀ ମାନଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ।
ଏହି ଅବସର ରେ ତୁଡ଼ାଲଗା ବାଳିକା ଉଚ୍ଚ ବିଦ୍ୟାଳୟ ଏବଂ ସ୍ଥାନୀୟ ବିଭାପା ଓ ଲକ୍ଷ୍ୟ ଏକାଡେମୀ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଡ଼ା. ଅନନ୍ତ ଆଚାର୍ଯ୍ୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
କାର୍ଯ୍ୟକ୍ରମ ରେ ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ ତଥା ବିଭିନ୍ନ ବିଦ୍ୟାଳୟ ର ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.