ନୟାଗଡ଼,(ବିଶ୍ୱଜିତ ନାୟକ): ବିଶ୍ୱ ସ୍ୱାସ୍ଥ୍ୟ ଦିବସ ପାଳନ ଅବସରରେ ନୟାଗଡ଼ ଏନଏସି ଉଚ୍ଚ ବିଦ୍ୟାଳୟର ଦୁଇଜଣ ଛାତ୍ରଛାତ୍ରୀ ପ୍ରବନ୍ଧ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପୁରସ୍କୃତ ହୋଇଛନ୍ତି। ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଉପଲକ୍ଷେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏନଏସି ଉଚ୍ଚ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀ ଛାତ୍ରୀ ଶ୍ରଦ୍ଧାଞ୍ଜଳି ଦାସ ‘ମୋ ସ୍ୱାସ୍ଥ୍ୟ ମୋ ଅଧିକାର’ ଶୀର୍ଷକ ପ୍ରବନ୍ଧ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ସେହି ଶ୍ରେଣୀର ଛାତ୍ର ଆୟୁଷ୍ମନ ବେହେରା ଦ୍ଵିତୀୟ ସ୍ଥାନ ଅଧିକାର କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦାନ କରିଥିବା ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ ଏବଂ ସମ୍ମାନିତ ଅତିଥି ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକଙ୍କ ଠାରୁ ଉଭୟେ ମାନପତ୍ର ଏବଂ ପୁରସ୍କାର ଗ୍ରହଣ କରିଥିଲେ। ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ପୂର୍ଣ୍ଣିମା ତ୍ରିପାଠୀଙ୍କ ମାର୍ଗଦର୍ଶନରେ ପୁରସ୍କୃତ ହୋଇଥିବା ଉଭୟ ଛାତ୍ରଛାତ୍ରୀଙ୍କୁ ପ୍ରଧାନ ଶିକ୍ଷୟିତ୍ରୀ ରସିଦା ଖାତୁନ ଅଭିନନ୍ଦନ ଜଣାଇଛନ୍ତି।
Sign in
Sign in
Recover your password.
A password will be e-mailed to you.
Prev Post