ମୁକୁଙ୍କୁ ବବିଙ୍କ ପାଲଟା କଟାକ୍ଷ

0

” କେଉଁ ମୁହଁରେ ସମ୍ବଲପୁରବାସୀଙ୍କୁ ସାମ୍ନା କରିବେ,ଯାହାଙ୍କର ଜୀବନରେଖାକୁ ଆପଣ ବିପର୍ଯ୍ୟସ୍ତ କରି ରଖିଛନ୍ତି।”

ଭୁବନେଶ୍ୱର : ବିକାଶକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ରାଜ୍ୟ ସରକାରଙ୍କୁ ସମାଲୋଚନା ପରେ ତାଙ୍କୁ ପାଲଟା କଟାକ୍ଷ କରିଛନ୍ତି ସମ୍ବଲପୁର ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାଶ | ନିଜ X ହାଣ୍ଡଲରେ ବିଜେପି ପ୍ରାର୍ଥୀ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କଟାକ୍ଷ କରି ସହ ଗତ ୧୦ ବର୍ଷ ମଧ୍ୟରେ ସମ୍ବଲପୁର-କଟକ ଏନଏଚ-୫୫ର ଦୂରାବସ୍ଥା ପାଇଁ ଦାୟୀ କିଏ ବୋଲି ପ୍ରଶ୍ନ ପଚାରିଛନ୍ତି।
ବବି ତାଙ୍କ X ହାଣ୍ଡଲରେ କହିଛନ୍ତି “ଧର୍ମେନ୍ଦ୍ର ଭାଇ, ଗତ ୧୦ ବର୍ଷ ମଧ୍ୟରେ ସମ୍ବଲପୁର-କଟକ ଏନଏଚ-୫୫ର ଦୂରାବସ୍ଥା ଯୋଗୁଁ ୨୦୦ରୁ ଅଧିକ ଦୁର୍ଘଟଣାରେ ୪୦୦ରୁ ଅଧିକ ବହୁମୂଲ୍ୟ ଜୀବନ ଚାଲିଯାଇଛି। କାହା ପାଇଁ? କାହାର ଅପାରଗତା ଓ ସ୍ଥାଣୁତା ଯୋଗୁଁ? ଆପଣ ୧୦ ବର୍ଷ କେନ୍ଦ୍ରମନ୍ତ୍ରୀ ଥାଇ ମଧ୍ୟ ସାମାନ୍ୟ ରାସ୍ତା କାମଟିଏ ସାରିପାରିଲେ ନାହିଁ। ଏହାଠାରୁ ବଡ଼ ବିଫଳତା ଆଉ କ’ଣ ହୋଇପାରେ? କେଉଁ ମୁହଁ ନେଇ ଆପଣ ସମ୍ବଲପୁରବାସୀଙ୍କୁ ସାମ୍ନା କରିବେ। ଯାହାଙ୍କର ଜୀବନରେଖାକୁ ଆପଣ ବିପର୍ଯ୍ୟସ୍ତ କରି ରଖିଛନ୍ତି। କେନ୍ଦ୍ରମନ୍ତ୍ରୀ ଭାବେ ଆପଣଙ୍କର ୧୦ ବର୍ଷର ବିଫଳତାର ଚିଠା ସମ୍ବଲପୁରବାସୀଙ୍କ ପାଖରେ ଅଛି। ଜନସାଧାରଣ ଆପଣଙ୍କୁ ଉଚିତ୍ ଜବାବ ଦେବେ।”

Leave A Reply

Your email address will not be published.