ହନୁମାନ ଜୟନ୍ତୀରେ ବଜରଙ୍ଗ ଦଳର ବିଶାଳ ରାଲି: ଜୟ ଶ୍ରୀରାମ ଧ୍ୱନିରେ ପ୍ରକମ୍ପିତ ହେଲା ଚିଲିକା

0

ଚିଲିକା (ସେକ କୌସର ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ-ବାଣପୁର ସହରରେ ଆଜି ଅନୁଷ୍ଠିତ ହୋଇଯାଇଛି ବିଶାଳବାଇକ ରାଲି। ହନୁମାନ ଜୟନ୍ତୀ ଉପଲକ୍ଷେ ବଜରଙ୍ଗ ଦଳ ପକ୍ଷରୁ ଅନୁଷ୍ଠିତ ହୋଇଥିଲା ଉକ୍ତ ରାଲି। ବଜରଙ୍ଗ ଦଳ ଚିଲିକା ପ୍ରଖଣ୍ଡର ଆହ୍ଵାନକ୍ରମେ ଉକ୍ତ ଶୋଭାଯାତ୍ରାରେ ସାମିଲ ହୋଇଥିଲେ ଶହ ଶହ ରାମ ଭକ୍ତ।ଶୋଭାଯାତ୍ରାଟି ଅପରାହ୍ନରେ ବାଲୁଗାଁ ମାମୁଁ ଭଣଜା ପାହାଡ଼ ନିକଟରୁ ବାହାରି ସାରା ବାଲୁଗାଁ ସହର ପରିକ୍ରମା କରିଥିଲା ଏବଂ ଏହା ପରେ ବାଣପୁର ସହର ପରିକ୍ରମା କରି ପରିଶେଷରେ ପଲଟନପଡିଆ ନିକଟରେ ସମାପ୍ତ ହୋଇଥିଲା ଶୋଭାଯାତ୍ରା ସମୟରେ ଉଭୟ ସହର ‘ଜୟ ଶ୍ରୀରାମ’, ‘ଭାରତ ମାତାକି ଜୟ’ ଆଦି ଧ୍ୱନିରେ ପ୍ରକମ୍ପିତ ହୋଇଉଠିଥିଲା। ତେବେ ପ୍ରତିବର୍ଷ ପରି ଚଳିତ ଥର ମଧ୍ୟ ହନୁମାନ ଜୟନ୍ତୀରେ ଏପରି ଦୃଶ୍ୟ ଦେଖିଲେ ବାଣପୁର ବାଲୁଗାଁବାସୀ। ବିରାଟକାୟ ହନୁମାନଙ୍କ ପତାକା ଧରି ରାମଭକ୍ତ ମାନେ ନାଚି ନାଚି ସହର ପରିକ୍ରମା କରିଥିଲେ।ବାଲୁଗାଁ ଏସଡିପିଓଙ୍କ ତତ୍ୱାବଧାନରେ ଉଭୟ ବାଣପୁର ଏବଂ ବାଲୁଗାଁ ପୋଲିସର କଡ଼ା ସୁରକ୍ଷା ମଧ୍ୟରେ ଉକ୍ତ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।

Leave A Reply

Your email address will not be published.