ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସ୍ତରୀୟ ୧୩୩ ତମ ଡଃ.ଭୀମରାଓ ରାମଜୀ ଆମ୍ବେଦକର ଜୟନ୍ତୀ ପାଳିତ ହୋଇଯାଇଛି।
ଏହି ଅବସରରେ ନୂଆ ବସ ଷ୍ଟାଣ୍ଡ ଠାରେ ଥିବା ବାବା ସାହେବ୍ ଡଃ.ଭୀମରାଓ ରାମଜୀ ଆମ୍ବେଦକର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ଆରକ୍ଷୀ ଅଧିକ୍ଷକ ଗଜପତି , ଡ଼.ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଗଜପତି , ଶ୍ରୀଯୁକ୍ତ ଅନୁପ ପଣ୍ଡା , ଉପ-ଜିଲ୍ଲାପାଳ , ପାରଳାଖେମୁଣ୍ଡି , ସ୍ଥାନୀୟ ତହସିଲଦାର ଶ୍ରୀ ନାରାୟଣ ବେହେରା , ପାରଳା ପୌରପରିଷଦ ନିର୍ବାହୀ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ଖିଲ ଓ ରାୟଗଡ଼ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ଏସ୍.ପାପା ରାଓ ସମେତ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗଦେଇ ମାଲ୍ୟାଅର୍ପଣ କରାଯାଇଥିଲା। ମୁଖ୍ୟ ଅତିଥି ତଥା ସମସ୍ତ ସମ୍ମାନିତ ଅତିଥି ଗଣ ନିଜ ନିଜ ବକ୍ତବ୍ୟରେ କହିଥିଲେ ଭାରତର ସମ୍ବିଧାନ ଗଠନ କରିବା ଦିଗରେ ଆମ୍ବେଦକରଙ୍କ ଭୂମିକା , ଜୀବନୀ ଶୈଳୀ , କାର୍ଯ୍ୟାବଳୀ ବିଭିନ୍ନତା , ରାଜନୈତିକ , ଦାର୍ଶନିକ , ସମାଜ ସଂସ୍କାରକ ପ୍ରଭୃତିର ଅଧିକାରୀ ରହି ଭାରତୀୟ ସମ୍ବିଧାନର ପ୍ରତିଷ୍ଠାତା ଥିଲେ । ଆମ୍ବେଦକରଙ୍କର ଭୂମିକା , ସଂରକ୍ଷଣ ବ୍ୟବସ୍ଥା , ସମ୍ବିଧାନ ପ୍ରଣୟନ ସମୟରେ ବିଜ୍ଞତାର ପରିଚୟ ଦେଇଥିବା ମତବ୍ୟକ୍ତ କରିଥିଲେ। ସେ ବହୁ ଦେଶର ଗଣତାନ୍ତ୍ରିକ ସମ୍ବିଧାନ ଅଧ୍ୟୟନ କରି ଭାରତୀୟ ସମ୍ବିଧାନ ପ୍ରସ୍ତୁତ କରିଥିବା ଏବଂ ଏହାର ସାରମର୍ମ ସମ୍ପର୍କରେ ଅବଗତ କରାଇଥିଲେ।
ସେହିପରି ସମାଜର ପରିବର୍ତ୍ତନ ସହିତ ସମ୍ବିଧାନର ପରିବର୍ତ୍ତନ ସକାଶେ ମଧ୍ୟ ଭାରତୀୟ ସମ୍ବିଧାନରେ ବ୍ୟବସ୍ଥା ରହିଥିବା ଅବଗତ କରାଇଥିଲେ।
ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ବରିଷ୍ଠ କର୍ମଚାରୀ ନରସିଂହ ବାଜବନ୍ଧୁ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.
Prev Post