ନିର୍ବାଚନ ମହାପର୍ବରେ ସାମିଲ ହୋଇ ମତଦାନ ସାବ୍ୟସ୍ତ କରିବାକୁ ସଚେତନତା

0

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାରେ ଭୋଟ ହାର ବୃଦ୍ଧି ପାଇଁ ଜନସାଧାରଣଙ୍କ ମଧ୍ୟରେ ସଚେତନ‌ତା ସୃଷ୍ଟି ଉପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଗୁରୁତ୍ବ ଦିଆଯାଇଛି।
ପ୍ରଶାସନ ପକ୍ଷରୁ ଜିଲ୍ଲାର କିନ୍ନର ସଙ୍ଘର ସଦସ୍ୟା ମାନଙ୍କୁ ନେଇ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଭୋଟର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ସଚେତନତା କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡ଼.ଗୁଣନିଧି ନାୟକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଗଜପତି ଜିଲ୍ଲାରେ ଆସନ୍ତା ୧୩ ତାରିଖରେ ସଧାରଣ ନିର୍ବାଚନ ତଥା ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ନିଜର ମତଦାନ କରି ଏଥିରେ ସାମିଲ ହେବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ କରାଯାଇଛି । ଭୋଟର ଦାତା ନିଜ ମତଦାନ ସାବ୍ୟସ୍ତ ପାଇଁ ଅନୁପ୍ରାଣୀତ କରିବା ଏବଂ ଗଣତାନ୍ତ୍ରିକ ରାଷ୍ଟ୍ରରେ ଗୋଟେ ଭୋଟର ମହତ୍ତ୍ବ ବାବଦରେ ବ୍ୟାପକ ଜନସଚେତନତା ସୃଷ୍ଟି କରିବା ଏହାର ଉଦ୍ଦେଶ୍ୟରେ ଅଟେ।
ସେହିପରି ଜିଲ୍ଲାର ବରିଷ୍ଠ ନାଗରିକ ମାନଙ୍କୁ ନେଇ ମଧ୍ୟ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।ଏହି ସଚେତନତା କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସନ୍ତୋଷ କୁମାର ନାୟକ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ , ଜିଲ୍ଲା ମିଶନ ଶକ୍ତି ସଂଯଜକ ଟିମନ୍ ବାରା ସମେତ କିନ୍ନର ସଂଘ ସଭାପତି ମଧୁ ବରାଡ଼ ଓ ସଂପାଦକ ଯସ୍ମିନ ଶେଖ୍ ପ୍ରମୁଖ ଉପସ୍ଥିତ ରହିଥିଲେ।

Leave A Reply

Your email address will not be published.