ଛତ୍ରପୁର/ଭଞ୍ଜନଗର-ଉଦୟ ପଣ୍ଡା : ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି (ମଙ୍ଗଳବାର) ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଅତିରିକ୍ତ ଉପଜିଲ୍ଲାପାଳ ନୀଳମାଧବ ମାଝୀଙ୍କ ନିକଟରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବିଜେଡି ନେତା ଭିକେ ପାଣ୍ଡିଆନ, ବ୍ରହ୍ମପୁର ବିଜେଡି ଲୋକସଭା ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର, ଆସିକା ଲୋକସଭା ପ୍ରାର୍ଥୀ ରଞ୍ଜିତା ସାହୁ, ଛତ୍ରପୁର ବିଧାୟକ ପ୍ରାର୍ଥୀ ସୁବାସ ଚନ୍ଦ୍ର ବେହେରା, ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଆସିକା ବିଧାୟିକା ମଞ୍ଜୁଳା ସ୍ବାଇଁ ପ୍ରମୁଖ ଉପସ୍ଥିତ ରହିଥିଲେ ।ଶ୍ରୀ ନବୀନ ବାବୁ ପ୍ରଥମେ ମା’ ତାରିତାରିଣୀଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ । ମା’ଙ୍କ ଆଶିଷ ନେଇ ନାମାଙ୍କନ ଭରିବାକୁ ଯାଇଥିଲେ ।
Sign in
Sign in
Recover your password.
A password will be e-mailed to you.