ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ କବି ଶ୍ରୀ ଜୟଦେବ ଜୟନ୍ତୀ ପାଳିତ

5

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ସଂସ୍କୃତି ବିଭାଗ ତରଫରୁ ଶ୍ରୀ ଜୟଦେବ ଜୟନ୍ତୀ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯାଇଛି।
ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଶ୍ରୀ ଜୟଦେବ ଫୋଟ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଜୟଦେବଙ୍କ ସାହିତ୍ୟିକ ଜୀବନ ର ଇତିହାସ ବିଷୟରେ କହିଥିଲେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦାସ। ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସଂସ୍କୃତି ଅଧିକାରିଣୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସଦସ୍ୟା ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.