ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ: ନିଶ୍ଚିନ୍ତକୋଇଲି ବ୍ଲକ କେଣ୍ଟାଳ ପଞ୍ଚାୟତରେ ବିଜେଡ଼ି ପକ୍ଷରୁ ଏକ କର୍ମୀ ସମାବେଶ ଅନୁଷ୍ଠିତ ହୋଇଯାଇଛି l ଶ୍ରୀ ଶ୍ରୀ ରଘୁନାଥଜୀଉ ମନ୍ଦିର ଟ୍ରଷ୍ଟି ତଥା ସମାଜସେବୀ ପ୍ରକାଶ ଚନ୍ଦ୍ର ସାହୁଙ୍କ ପୌରହିତ୍ୟରେ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ମାହାଙ୍ଗା ବିଧାୟକ ପ୍ରତାପ ଜେନା ଯୋଗଦାନ କରି ସାଢେ ଚାରି କୋଟି ଓଡ଼ିଶାବାସୀଙ୍କ ଆର୍ଶିବାଦରେ ଷଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ଯାହାକି ଆମ ସମସ୍ତଙ୍କ ପାଇଁ ଗର୍ବ ଓ ଗୌରବର ବିଷୟ, ଏପରିକି ପଞ୍ଚାୟତର ବିକାଶ ପାଇଁ ବିଜେଡ଼ି ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଏବଂ ବିଧାୟକ ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନାଙ୍କୁ ଯୋଡ଼ି ଶଙ୍ଖ ଚିହ୍ନରେ ବହୁ ସଂଖ୍ୟାରେ ଭୋଟ ଦେଇ ଜୟଯୁକ୍ତ କରିବା ପାଇଁ ଆହ୍ବାନ ଦେଇଥିଲେ l ସେହିପରି ଭାବେ ବିଧାୟକ ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନା ଯୋଗଦାନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଜନହିତକର ବିକାଶମୂଳକ ଯୋଜନା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ l ଏଥିରେ ସମାଜସେବୀ ପ୍ରମୋଦ କୁମାର ସାହୁ, ବ୍ଳକ ଉପାଧ୍ୟକ୍ଷ ଅଶୋକ କୁମାର ଓଝା, ବ୍ଲକ ବିଜେଡ଼ି ସଭାପତି ରମାକାନ୍ତ ମହାନ୍ତି, ସରପଞ୍ଚ ତୃପ୍ତିମୟୀ ନାୟକ, ନାଏବ ସରପଞ୍ଚ ଇତିଶ୍ରୀ ନାୟକ,ସମିତିସଭ୍ୟ ଇମ୍ରାନ୍ ଖାଁ, ପୂର୍ବତନ ସରପଞ୍ଚ ଅନ୍ନଦାପ୍ରସନ୍ନ ନାୟକ ଙ୍କ ସମେତ ପଞ୍ଚାୟତର ବହୁ ମହିଳା, ଯୁବକ, ବରିଷ୍ଠ ନାଗରିକ ଏବଂ ବିଜେଡ଼ି ନେତୃବୃନ୍ଦ ଯୋଗଦାନ କରିଥିଲେ । ଶେଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବହୁ ଅନ୍ୟଦଳର କର୍ମୀ ବିଜେଡ଼ିରେ ଯୋଗଦାନ କରିଥିଲେ l
Sign in
Sign in
Recover your password.
A password will be e-mailed to you.