ବିଜେଡ଼ିରେ ଯୋଗଦେଲେ ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ଡ. ପ୍ରଦୀପ କୁମାର ନାୟକ

2

ଭୁବନେଶ୍ୱର, ୨୩/୦୫/୨୦୨୪:ଭଦ୍ରକ ନିର୍ବାଚନ ମଣ୍ଡଳୀର ୨୦୧୯ ସାଧାରଣ ନିର୍ବାଚନର ବିଜେପିବିଧାୟକ ପ୍ରାର୍ଥୀ ଡ. ପ୍ରଦୀପ କୁମାର ନାୟକ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି ।ଡ. ପ୍ରଦୀପ କୁମାର ନାୟକଙ୍କୁ ଡ.ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜିଡ. ପ୍ରଦୀପ କୁମାର ନାୟକଙ୍କ ଯୋଗଦାନ ଫଳରେ ବିଶେଷ କରି ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡ.ପାତ୍ର କହିଥିଲେ ।
ଏହି ଅବସରରେ ଡ.ନାୟକ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ,ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜିବିଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲି ।ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁରୂପେ ତୁଲାଇବି । ଦଳରେ ମୋତେ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି ।
ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.