ରାମକୃଷ୍ଣପୁରରେ ପଞ୍ଚାୟତସ୍ତରୀୟ ବିଜେଡ଼ି ଆଶୀର୍ବାଦ ସମାବେଶ: ଵିକାଶ ପାଇଁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ ଅନୁରୋଧ l

2

 (ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ନିଶ୍ଚିନ୍ତକୋଇଲି ବ୍ଲକ ରାମକୃଷ୍ଣପୁର ପଞ୍ଚାୟତରେ ବିଜେଡ଼ିର ଏକ କର୍ମୀ ସମାବେଶ ଅନୁଷ୍ଠିତ ହୋଇଛି l ସରପଞ୍ଚ ଭାରତୀ ସାଇଁଙ୍କ ସଭାପତିତ୍ଵ ଏବଂ ବ୍ଲକ ଉପାଧକ୍ଷ ଅଶୋକ କୁମାର ଓଝାଙ୍କ ସଂଯୋଜନାରେ ଏଥିରେ ମୁଖ୍ୟଅତିଥି ଭାବେ ମାହାଙ୍ଗାର ବିଧାୟକ ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନା ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବା ପାଇଁ ବିଜେଡ଼ି ସାଂସଦ ପ୍ରାର୍ଥୀ ଅଂଶୁମାନ ମହାନ୍ତି ଏବଂ ବିଧାୟକ ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନାଙ୍କୁ ଯୋଡ଼ି ଶଙ୍ଖ ଚିହ୍ନରେ ବିପୁଳ ସଂଖ୍ୟାରେ ମୋହର ମାରି ଜୟଯୁକ୍ତ କରିବା ପାଇଁ ଆହ୍ବାନ ଦେଇଥିଲେ । ଏପରିକି ଶ୍ରୀ ଜେନା ମୁଖ୍ୟମନ୍ତ୍ରୀ ନବୀନଙ୍କ ଗ୍ୟାରେଣ୍ଟିରେ ଯୁବକ, ମହିଳାମାନେ ସଶକ୍ତ ହେବା ସହିତ ୧୦୦ ୟୁନିଟ୍ ପର୍ଯ୍ୟନ୍ତ ବିଜୁଳି ଦେୟ ଛାଡ ଆଦି ବହୁ ଯୋଜନା ସମ୍ପର୍କରେ ଲୋକମାନଙ୍କୁ ଅବଗତ କରିଥିଲେ । ଏହି କାର୍ଯ୍ୟକ୍ରମରେ ପୂର୍ବତନ ସରପଞ୍ଚ ମନୋରଂଜନ ସାଇଁ, ପଞ୍ଚାୟତ କାର୍ଯ୍ୟକାରୀ ସଭାପତି ଶଙ୍କର୍ଷଣ ମହାରଣା, ସଭାପତି ଗଙ୍ଗାଧର ବସ୍ତିଆ, ସମିତିସଭ୍ୟା ନର୍ମଦା ରାଉତ, ଯୁବେନତା ଅଜିମ୍ ଖାଁଙ୍କ ସମେତ ବହୁ ବିଜେଡ଼ି ନେତୃବୃନ୍ଦ ଯୋଗ ଦେଇଥିଲେ l

Leave A Reply

Your email address will not be published.