ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଅଧୀନସ୍ଥ ବେଲଗୁଣ୍ଠା ସ୍ଥିତ ବାଲିଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ସୁମତୀ ପାଣିଗ୍ରାହୀ ଏବଂ କୁଶପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ତଥା ପୂର୍ବତନ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ମଧୁସୂଦନ ସେଠୀ ଆଜି ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି I ଏହି ଅବସରରେ ବ୍ଳକ୍ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ତରଫରୁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଅବସରପ୍ରାପ୍ତ ଦୁଇ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି I ପ୍ରାଥମିକ ଶିକ୍ଷକ ସଂଘ ସଭାପତି ବସନ୍ତ କୁମାର ଜେନାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ରୂପେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଗୋବିନ୍ଦ ଚନ୍ଦ୍ର ପାଢୀ,ପ୍ରତିଭା କୁମାରୀ ରଥ,ବରିଷ୍ଠ କିରାଣୀ ଶରତଚନ୍ଦ୍ର ରଥ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ତଥା ପ୍ରାଥମିକ ଶିକ୍ଷକସଂଘ ସମ୍ପାଦକ ବାଳକୃଷ୍ଣ ସାବତ,ପ୍ରତାପ ଚନ୍ଦ୍ର ଶତପଥୀ, ବରିଷ୍ଠ ଶିକ୍ଷକ ସନ୍ତୋଷ କୁମାର ପଟ୍ଟନାୟକ, ପ୍ରମୁଖ ମଞ୍ଚାସୀନ ରହି ଅବସରପ୍ରାପ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ମାନପତ୍ର, ଉପଢ଼ୌକନ ଏବଂ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ I ବରିଷ୍ଠ ଶିକ୍ଷକ ବଲ୍ଲଭ ପଣ୍ଡା,ସୁବ୍ରତ ପାତ୍ର,ଆଶୋକ ବେହେରା,ରମେଶ ଚନ୍ଦ୍ର ପାତ୍ର, ଗୌରଚନ୍ଦ୍ର ପରିଡ଼ା, ଅବସରପ୍ରାପ୍ତ ଶିକ୍ଷକ ପ୍ରଦୀପ କୁମାର ମାହୁନ୍ତ, ସିଆରସିସି ନୀଳକଣ୍ଠ ନନ୍ଦ, ମନୋଜ ପଟ୍ଟନାୟକ,ଛାୟାକାନ୍ତ ମହାପାତ୍ର, ହରେକୃଷ୍ଣ ଶତପଥୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I ଏହି ଅବସରରେ ସମ୍ପୃକ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ପେନସନ୍ ସମ୍ଵନ୍ଧୀୟ କାଗଜପତ୍ର ପ୍ରଦାନ କରଯାଇଥିଲା I ସିଆରସିସି ପ୍ରଶାନ୍ତ ପଟ୍ଟନାୟକ ଧନ୍ୟବାଦ ଜ୍ଞାପନ କରିଥିଲେ I
Sign in
Sign in
Recover your password.
A password will be e-mailed to you.
Next Post