ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ଶପଥ ନେଲେ ୮ କ୍ୟାବିନେଟ ଓ ୫ ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ
ଭୁବନେଶ୍ୱର : ଓଡ଼ିଶାରେ ବିଜେପି ରାଜ୍ ସହ ଡବଲ୍ ଇଞ୍ଜିନ୍ ସରକାର ଆରମ୍ଭ ହୋଇଛି । ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ବିଜେପି ସରକାର ଆଜି ଶପଥ ଗ୍ରହଣ କରିଛନ୍ତି ।
ଆଜି ଜନତା ମଇଦାନଠାରେ ଆୟୋଜିତ ଏକ ଭବ୍ୟ ସମାରୋହରେ ମାନ୍ୟବର ରାଜ୍ୟପାଳ ଶ୍ରୀ ରଘୁବର ଦାସ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶ୍ରୀ ମାଝୀଙ୍କୁ ଶପଥ ପାଠ କରାଇଛନ୍ତିା ମାନ୍ୟବର ରାଜ୍ୟପାଳ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କୁ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରାଇଛନ୍ତିା
ସେଥି ସହିତ ଓଡ଼ିଶାର ନୂଆ ମନ୍ତ୍ରୀମଣ୍ଡଳରେ ସାମିଲ ହୋଇଛନ୍ତି ୮ କ୍ୟାବିନେଟ୍ ମନ୍ତ୍ରୀ ଏବଂ ୫ ରାଷ୍ଟ୍ରମନ୍ତ୍ରୀ । ସମସ୍ତ ମନ୍ତ୍ରୀଙ୍କୁ ମଧ୍ୟ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଶ୍ରୀ ରଘୁବର ଦାସ |
ଆଜି ଶପଥ ଗ୍ରହଣ କରିଥିବା କ୍ୟାବିନେଟ୍ ମନ୍ତ୍ରୀ ହେଲେ ସୁରେଶ ପୂଜାରୀ, ରବିନାରାୟଣ ନାଏକ,କୃଷ୍ଣଚନ୍ଦ୍ର ପାତ୍ର , ନିତ୍ୟାନନ୍ଦ ଗଣ୍ଡ, ପୃଥ୍ୱୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୂତି ଭୂଷଣ ଜେନା ଏବଂ ଡକ୍ଟର କୃଷ୍ଣଚନ୍ଦ୍ର ମହାପାତ୍ର । ଅନ୍ୟପଟେ ସ୍ୱାଧୀନ ରାଷ୍ଟ୍ର ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଗଣେଶରାମ ସିଂ ଖୁଣ୍ଟିଆ , ସୂର୍ଯ୍ୟବଂଶୀ ସୁରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଏବଂ ସମ୍ପଦ ଚନ୍ଦ୍ର ସ୍ୱାଇଁ ।
ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଶପଥ ଗ୍ରହଣ ସମାରୋହ ସ୍ଥଳରେ ଅପରାହ୍ନ ୫.୧୦ରେ ପହଞ୍ଚିବା ପରେ ଆରମ୍ଭ ହୋଇଥିଲା ଶପଥ ଗ୍ରହଣ ସମାରୋହ । ଏହା ଅଧଘଣ୍ଟା ଧରି ଚାଲିଥିଲା । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହା, ସଡ଼କ ପରିବହନ ମନ୍ତ୍ରୀ ଶ୍ରୀ ନିତୀନ ଗଡ଼କରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ରସାୟନ ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନzା, ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳବାଇ ଓ ସୂଚନା ପ୍ରସାରଣ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ୍ ଓରାମ୍, ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଯାଦବ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, ଆସାମ ମୁଖ୍ୟମନ୍ତ୍ରୀ ଡ. ହେମନ୍ତ ବିଶ୍ୱଶର୍ମା, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଯାଦବ, ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେବ ସାଏ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନଲାଲ ଶର୍ମା, ଗୁଜୁରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, ତି୍ରପୁରାର ମୁଖ୍ୟମନ୍ତ୍ରୀ ଡ. ମାନିକ୍ ସାହା, ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂହ ଧାମୀ, ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀ ନାଏବ ସିଂ ସୈନୀ, ଗୋଆ ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାମନ୍ତ ଏବଂ ଅନ୍ୟ ମାନ୍ୟଗଣ୍ୟ ଅତିଥିଙ୍କ ଉପସ୍ଥିତିରେ ଏହି ଶପଥପାଠ ଉତ୍ସବ ଅନୁଷ୍ଠିତ ହୋଇଥିଲାା
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଜ୍ୟପାଳ ଶ୍ରୀ ରଘୁବର ଦାସ ମଞ୍ଚରେ ପହଞ୍ଚିବା ପରେ ପୋଲିସ୍ ବ୍ୟାଣ୍ଡ ଦ୍ୱାରା ଜାତୀୟ ସଂଗୀତ ଏବଂ ରାଜ୍ୟ ସଂଗୀତ “ବନ୍ଦେ ଉତ୍କଳ ଜନନୀ’ ପରିବେଷଣ କରାଯାଇଥିଲାା ଶପଥ ଗ୍ରହଣ ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା କଳାକାରମାନଙ୍କ ଦ୍ୱାରା ଓଡ଼ିଶୀ ସହ ବିଭିନ୍ନ ଲୋକନୃତ୍ୟ ପରିବେଷିତ ହୋଇଥିଲାା ଶପଥ ଗ୍ରହଣ ସମାରୋହରେ ହଜାର ହଜାର ଦର୍ଶକ ଉପସ୍ଥିତ ଥିଲୋ