ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ମନ୍ତ୍ରିମଣ୍ଡଳର ସଦସ୍ୟ ଗଣଙ୍କ ଉପସ୍ଥିତିରେ ଭକ୍ତ ମାନଙ୍କ ପାଇଁ ଶ୍ରୀ ମନ୍ଦିରର ଚାରି ଦ୍ଵାର ଖୋଲାଗଲା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ରାଜ୍ୟ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ସାଂସଦ ଓ ବିଧାୟକ ମାନଙ୍କ ଉପସ୍ଥିତିରେ ଆଜି ଭକ୍ତ ମାନଙ୍କ ପାଇଁ ଶ୍ରୀ ମନ୍ଦିରର ଚାରିଦ୍ୱାର ଖୋଲା ଯାଇଛି।
ଆଜି ପ୍ରତ୍ୟୁଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଶ୍ରୀ ମନ୍ଦିର ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରି ରାଜ୍ୟ ବାସୀଙ୍କ କଲ୍ୟାଣ କାମନା କରିଥିଲେ। ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରି ସେ ଚାରି ଦ୍ଵାର ପ୍ରଦକ୍ଷିଣ କରିଥିଲେ। ଏହା ସହିତ ସବୁ ଦ୍ଵାର ଖୋଲା ଯାଇଥିଲା।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଭକ୍ତ ମାନଙ୍କ ଭାବାବେଗକୁ ଓ ସେମାନଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଗତକାଲି ରାଜ୍ୟ କ୍ୟାବିନେଟରେ ଏଥିପାଇଁ ନିଷ୍ପତ୍ତି ନିଆ ଯାଇଥିଲା। ସେହି ନିଷ୍ପତ୍ତି ଅନୁଯାୟୀ ଆଜି ଚାରି ଦ୍ଵାର ଖୋଲାଗଲା।
ଏହି ଅବସରରେ ପୁରୀ ଶ୍ରୀ ମନ୍ଦିର ପରିକ୍ରମା କରିଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଏବଂ ଅନ୍ୟ ବରିଷ୍ଠ ନେତୃବୃନ୍ଦ
