ଆମର ସମସ୍ତ କାର୍ଯ୍ୟକ୍ରମରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ଵ ଦିଆଯିବ- ମୁଖ୍ୟମନ୍ତ୍ରୀ

0

ବରପୁତ୍ରଙ୍କୁ ସମ୍ମାନ, ଶ୍ରଦ୍ଧାଞ୍ଜଳି

  • ବକ୍ସି ଜଗବନ୍ଧୁ, ଚାଖି ଖୁଣ୍ଟିଆ, ଜୟୀ ରାଜଗୁରୁ, ଡକ୍ଟର ବି. ଆର୍. ଆମ୍ବେଦକର, ଏବଂ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ
  • ଦେଶର ସ୍ଵାଧୀନତା, ସ୍ଵତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଓ ଓଡ଼ିଆ ଅସ୍ମିତାର ଉତ୍ଥାନରେ ଏହି ବରପୁତ୍ରମାନଙ୍କ ଗୁରୁତ୍ଵପୂର୍ଣ୍ଣ ଭୂମିକା ଥିଲା

Imageଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ରାଜଧାନୀର ବିଭିନ୍ନ ସ୍ଥାନରେ ଥିବା ବରପୁତ୍ର ମାନଙ୍କର ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି।

Imageମିଉଜିୟମ୍ ଛକଠାରେ ବକ୍ସି ଜଗବନ୍ଧୁ, କଳ୍ପନା ଛକଠାରେ ଚାଖି ଖୁଣ୍ଟିଆ, ଏଜି ଛକରେ ଜୟୀ ରାଜଗୁରୁ ଓ ଡଃ ବି. ଆର୍. ଆମ୍ବେଦକର ଏବଂ ୧୨୦ ବାଟାଲିୟନ ଛକରେ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ପ୍ରତିମୂର୍ତ୍ତୀରେ ସେ ମାଲ୍ୟାର୍ପଣ କରି ବରପୁତ୍ର ମାନଙ୍କ ଆଶୀର୍ବାଦ କାମନା କରିଥିଲେ।

Imageଏହି ଅବସରରେ ସେ କହିଛନ୍ତି ଯେ ଦେଶର ସ୍ଵାଧୀନତା, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ, ଓ ଓଡ଼ିଆ ଅସ୍ମିତାର ସୁରକ୍ଷାରେ ଆମର ଏହି ବରପୁତ୍ର ମାନଙ୍କର ଗୁରୁତ୍ଵପୂର୍ଣ୍ଣ ଅବଦାନ ରହିଛି। ରାଜ୍ୟର ନୂଆ ସରକାର ଓଡ଼ିଆ ଅସ୍ମିତାର ସୁରକ୍ଷା ଉପରେ ଗୁରୁତ୍ବ ଦେଇ କାର୍ଯ୍ୟକ୍ରମ ଗ୍ରହଣ କରୁଛନ୍ତି ଓ କରି ଚାଲିବେ ବୋଲି ସେ କହିଥିଲେ।

Imageଏହି ଅବସରରେ ଉପ ମୂଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନଏବଂ ବିଧାୟକ ଓ ବିଧାୟିକା ମାନେ ଉପସ୍ଥିତ ଥିଲେ।

 

Leave A Reply

Your email address will not be published.