ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

0

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକଵ୍ୟକ୍ତ

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୂରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ସେ କହିଛନ୍ତି ଯେ ସ୍ବର୍ଗତ ଭଣ୍ଡାରେ ଓଡ଼ିଶାର ରାଜ୍ୟପାଳ ଭାବରେ ରାଜ୍ୟର ବିକାଶରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କ ଜ୍ଞାନ ଓ ଅମାୟିକ ସ୍ଵଭାବ ଯୋଗୁ ସେ ସାରା ରାଜ୍ୟ ବାସୀଙ୍କ ପ୍ରିୟ ହୋଇ ପାରିଥିଲେ। ତାଙ୍କ ବିୟୋଗ ଏକ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି। ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମ ବେଦନା ପ୍ରକାଶ କରିଛନ୍ତି।

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶ୍ରୀ ଭଣ୍ଡାରେଙ୍କ ବିୟୋଗରେ ଶୋକଵ୍ୟକ୍ତ କରିଛନ୍ତି | ଏକ ଶୋକବାର୍ତ୍ତାରେ  ଶ୍ରୀ ପ୍ରଧାନ କହିଛନ୍ତି ଯେ ”   ଓଡ଼ିଶାର ପୂର୍ବତନ ରାଜ୍ୟପାଳ, ବିଶିଷ୍ଟ ରାଜନେତା, ଆଇନଜୀବୀ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସମାଜସେବା ସହ ଓଡ଼ିଶାରେ ତାଙ୍କ କାର୍ଯ୍ୟକାଳରେ ହୋଇଥିବା କାମ ଗୁଡିକ ଚିର ସ୍ମରଣୀୟ ହୋଇ ରହିବ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।”

Leave A Reply

Your email address will not be published.