ଦୁବାଇରେ ଓଡିଆ ଯୁବକଙ୍କ ମୃତ୍ୟୁ;ମରଶରୀର ଆଣିବା ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

0

ଭୁବନେଶ୍ବର, ୧୬।୦୬- ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଦୁବାଇରେ ଫସିଥିବା ମୃତ ଓଡିଆ ଯୁବକ ରଜତ କୁମାର ଜେନାଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଛନ୍ତି।

ସୂଚନାଯୋଗ୍ୟ, ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଥାନା ଅନ୍ତର୍ଗତ ଟୁବୁକା ଗ୍ରାମର ବୁଦ୍ଧିମାନ ଜେନାଙ୍କ ପୁଅ ରଜତ ୫ ମାସ ହେବ ଦୁବାଇ ଠାରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ଗତ ଜୁନ ୧୦ ତାରିଖରେ କୌଣସି କାରଣରୁ ତାଙ୍କର ସେଠାରେ ମୃତ୍ୟୁ ହୋଇଥିବା ଜଣେ ସହକର୍ମୀ ରଜତଙ୍କ ପରିବାର ଲୋକଙ୍କୁ ଜଣାଇଥିଲେ। ରଜତଙ୍କ ପିତା ମରଶରୀରକୁ ଅନ୍ତିମ ସଂସ୍କାର ପାଇଁ ତାଙ୍କ ଗ୍ରାମକୁ ଫେରାଇ ଆଣିବା ପାଇଁ ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ରଙ୍କ ଜରିଆରେ ଶ୍ରୀ ପଣ୍ଡାଙ୍କ ହସ୍ତକ୍ଷେପ ଲୋଡିଥିଲେ। ଅନୁରୋଧକ୍ରମେ ଶ୍ରୀ ପଣ୍ଡା ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ମରଶରୀରକୁ ଭାରତ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି।

Leave A Reply

Your email address will not be published.