ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଗଣ୍ଡଙ୍କୁ ବିଭାଗୀୟ ପ୍ରମୁଖ ଶାସନ ସଚିବଙ୍କ ସୌଜନ୍ୟ ସାକ୍ଷାତ

5

ଭୁବନେଶ୍ୱର: ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ଆଜି ପୂର୍ବାହ୍ନରେ ରାଜ୍ୟ ଅତିଥି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତିା
ଶ୍ରୀ ସେଠୀ ପୁଷ୍ପଗୁଚ୍ଛ ଦେଇ ତାଙ୍କୁ ଅଭିନନ୍ଦନ ଜଣାଇଥିବାବେଳେ ମନ୍ତ୍ରୀ ଶ୍ରୀ ଗଣ୍ଡ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମଗୁଡ଼ିକୁ ବ୍ୟାପକ କରିବା ଉପରେ ଗୁରୁତ୍ୱ ଦେଇଥିଲୋ ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶାର ରୂପରେଖକୁ ସଶକ୍ତ କରିବା ଦିଗରେ ବିଭାଗୀୟ ଅଧିକାରୀମାନେ ନିଷ୍ଠାର ସହ କାର୍ଯ୍ୟ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲୋ ପ୍ରମୁଖ ଶାସନ ସଚିବଙ୍କ ସହିତ ବିଭାଗୀୟ ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ଦିଲ୍ଲୀପ କୁମାର ରାୟ, ନିର୍ଦ୍ଦେଶିକା ନିୟତି ପଟ୍ଟନାୟକ, ଅତିରିକ୍ତ ଶାସନ ସଚିବ ମଧୁମିତା ନାୟକ, ସୋନିଆ ବେହେରା ଓ ଦୀପକ ରାଉତରାୟ ତଥା ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲୋ

 

Leave A Reply

Your email address will not be published.