ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

5

ଭୁବନେଶ୍ୱର:ଧାନ ଓ କପା ସହିତ ୧୪ଟି ଖରିଫ୍ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ୍ ପ୍ରସ୍ତାବ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିଛନ୍ତି।

ଦେଶର କୃଷକ ଭାଇ ଭଉଣୀ ଙ୍କ ସାମୁହିକ ସ୍ବାର୍ଥ କୁ ଦୃଷ୍ଟି ରେ ରଖି ପ୍ରଧାନମନ୍ତ୍ରୀଙ୍କ ଏହି ନିଷ୍ପତ୍ତି କୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସ୍ବାଗତ କରିବା ସହ ଧନ୍ୟବାଦ ଦେଇଛନ୍ତି ।

ଏହାଦ୍ବାରା ଓଡ଼ିଶାର କୃଷକ ମାନେ ବିଶେଷ ଭାବେ ଉପକୃତ ହେବେ ବୋଲି ସେ କହିଛନ୍ତି।

Leave A Reply

Your email address will not be published.