ମୁଖ୍ୟମନ୍ତ୍ରୀଙ୍କ ସହ ହକି ଇଣ୍ଡିଆର କର୍ମକର୍ତ୍ତାଙ୍କ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା
ଭୁବନେଶ୍ୱର: ଆଜି ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ସହ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଶ୍ରୀ ଭୋଳାନାଥ ସିଂ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଛନ୍ତି। ହକି ଇଣ୍ଡିଆ ପ୍ରତିନିଧି ମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଓ କ୍ରୀଡା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ୍ ସବିଶେଷ ଆଲୋଚନା କରିଥିଲେ |
ଆଲୋଚନା ପ୍ରସଙ୍ଗରେ ସେମାନେ କହିଥିଲେ ଯେ ହକି ପାଇଁ ଓଡ଼ିଶାକୁ ବିଶ୍ଵ ରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶ ରେ ଓଡ଼ିଶା ର ପ୍ରଶଂସନୀୟ ଅବଦାନ ରହିଛି ବୋଲି ସେମାନେ କହିଥିଲେ। ଭବିଷ୍ୟତରେ ଓଡ଼ିଶା ସରକାର ଙ୍କ ସହ ମିଶି ହକି କୁ ପରବର୍ତ୍ତୀ ପର୍ଯ୍ୟାୟ କୁ ନେବା ପାଇଁ ମିଳିମିଶି କାମ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।
