ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ ବୃଦ୍ଧି : ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ନେଲେ ସମୀକ୍ଷା ବୈଠକ

5
  • ବଜାର ଉପରେ ତୀକ୍ଷ୍ଣ ନଜର ରଖିବାକୁ ଯୋଗାଣ କର୍ମଚାରୀମାନଙ୍କୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ

  • ଅସାଧୁ  ବ୍ୟବସାୟୀଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦେଲେ ପରାମର୍ଶ

FILE PHOTO

ଭୁବନେଶ୍ୱର: ସମ୍ପ୍ରତି ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକୀୟ ଖାଉଟି ସାମଗ୍ରୀର ମୂଲ୍ୟବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉଦବେଗ ପ୍ରକାଶ କରିବା ସଙ୍ଗେ ସଙ୍ଗେ ଏହି ସମ୍ବନ୍ଧରେ ସମୀକ୍ଷା କରିଛନ୍ତିା ରାଜ୍ୟର ଖାଉଟିମାନେ ଯେପରି ସୁଲଭ ତଥା ଉଚିତ ମୂଲ୍ୟରେ ଖାଉଟି ସାମଗ୍ରୀ ପାଇପାରିବେ ସେଥିପାଇଁ ପଦକ୍ଷେପ ନେବାକୁ ବିଭାଗର ଅଧିକାରୀମାନଙ୍କୁ ସେ ପରାମର୍ଶ ଦେଇଛନ୍ତି ଏବଂ ମୁନାଫାଖୋର ତଥା ଅସାଧୁ ଉପାୟ ଅବଲମ୍ବନ କରୁଥିବା ବ୍ୟବସାୟୀଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତିା ଖାଉଟି ସାମଗ୍ରୀର ଦରବୃଦ୍ଧି ବର୍ତ୍ତମାନ ଜାତୀୟ ସମସ୍ୟା ହୋଇଥିଲେ ମଧ୍ୟ ରାଜ୍ୟରେ ଅସାଧୁ ବ୍ୟବସାୟୀ ଯେପରି ଏହାର ଲାଭ ନ ଉଠାଇ ପାରନ୍ତି, ସେଥିପାଇଁ ସଜାଗ ରହିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ମନ୍ତ୍ରୀ ଶ୍ରୀ ପାତ୍ର ନିର୍ଦ୍ଦେଶ ଦେଇଛନ୍ତିା
ତଦନୁଯାୟୀ ଯୋଗାଣ ବିଭାଗର ଅଧିକାରୀମାନଙ୍କ ଦ୍ୱାରା ରାଜ୍ୟର ପ୍ରମୁଖ ବଜାର ଯଥା ଭୁବନେଶ୍ୱର, କଟକ, ରାଉରକେଲା, ସମ୍ବଲପୁର, ପୁରୀ ଆଦି ଅଞ୍ଚଳରେ ଯାଞ୍ଚ କରାଯାଉଛିା ଏତଦବ୍ୟତୀତ ବିଭାଗ ତରଫରୁ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀର କ୍ରୟ ବିକ୍ରୟ ଆଦି ଉପରେ ନଜର ରଖିବା ସହ ଜିଲ୍ଲାର ଯୋଗାଣ କର୍ମଚାରୀମାନଙ୍କୁ ଏ ସମ୍ବନ୍ଧରେ ବିବରଣୀ ବିଭାଗକୁ ପଠାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛିା

Leave A Reply

Your email address will not be published.