ଜଗତସିଂହପୁର,ତା-୨୯.୦୬.୨୦୨୪/ସୁମନ୍ତ କୁମାର ଦାସ: ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ ଅଭିଯାନ ଅଧୀନରେ ଆଜି ଅପରାହ୍ନରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖ ପଡିଆ ଠାରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅଭିମନ୍ୟୁ ବେହେରା ଏହି ଅବସରରେ କହିଥିଲେ, ” ବୃକ୍ଷ ବଞ୍ଚି ରହିଲେ ବିଶ୍ୱ ତିଷ୍ଠି ରହିବ। ଏଣୁ ପ୍ରକୃତିର ସୁରକ୍ଷା ଆମର ଦାୟିତ୍ୱ।” ଏହି କାର୍ଯ୍ୟକ୍ରମକୁ ବ୍ୟାପକ କରିବା ନିମନ୍ତେ ସମସ୍ତେ ନିଜ ମା’ଙ୍କ ନାମରେ ଗୋଟିଏ ଗୋଟିଏ ଗଛ ଲଗାଇବାକୁ ସେ ନିବେଦନ କରିଛନ୍ତି। ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳଙ୍କ ସମେତ ପର୍ଯ୍ୟଟନ ବିଭାଗ ଉପନିର୍ଦେଶକ ଶ୍ରୀମତୀ ସୁଜାତା ପଟ୍ଟନାୟକ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଞ୍ଜନ ପଟ୍ଟନାୟକ, ଜିଲ୍ଲା ସଂସ୍କୃତି ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାର ଜେନା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ସୁନିଲ କୁମାର ନାୟକ ପ୍ରମୁଖ ଚାରା ରୋପଣ କରିଥିଲେ।ଏହି କାର୍ଯ୍ୟକ୍ରମ ରେ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ର ନଳିନୀ କାନ୍ତ ସାହୁ,ବୈଶାଖୀ ଶୁକ୍ଲା, ରାଧା ମୋହନ ଜେନା ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ବିଶ୍ୱ ପରିବେଶ ଦିବସ ଅବସରରେ ମାନ୍ୟବର ପ୍ରଧାନମନ୍ତ୍ରୀ ଏକ ପେଡ ମା କେ ନାମ ( ମା ପାଇଁ ଗଛଟିଏ ) କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ରାଜ୍ୟରେ ଏହି କାର୍ଯ୍ୟକ୍ରମକୁ ଆଗେଇ ନେବାପାଇଁ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଆହ୍ୱାନ ଜଣାଇଥିଲେ।
Sign in
Sign in
Recover your password.
A password will be e-mailed to you.