ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ) : ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏଵଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜୀ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଧର୍ମଗଡ ଧିମନ୍ ଚକମା ,ଉପ ଜିଲ୍ଲାପାଳ ଭବାନୀପାଟଣା ଡ ବିଶ୍ବଜିତ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୮୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୪୮ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୨୧ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୮ଜଣ ଙ୍କୁ ଏବଂ ରେଡକ୍ରସ ପାଣ୍ଠିରୁ ୧ ଜଣଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା
Sign in
Sign in
Recover your password.
A password will be e-mailed to you.