ପୁରୀ ରଥଯାତ୍ରା ସମୟରେ ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

5

ଆହତ ମାନଙ୍କୁ ବିନା ମୂଲ୍ୟରେ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଆଜି ରଥ ଯାତ୍ରା ସମୟରେ ଭିଡ଼ ଯୋଗୁ ବଲାଙ୍ଗିର ସଇଁତଳାର ଜଣେ ଶ୍ରଦ୍ଧାଳୁ ଲଳିତ ବାଗର୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି। ଏଥିରେ ଆହତ ହୋଇଥିବା ବ୍ୟକ୍ତି ମାନଙ୍କୁ ମାଗଣାରେ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.