ଜଗତସିଂହପୁର,ତା-୦୯.୦୭.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଏରସମା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅନୁପମ ସାହା, ଭା. ପ୍ର .ସେ. ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ 114 ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ 93 ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ 21 ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ୍ କାର୍ଡ ସମସ୍ୟା ସମ୍ପର୍କୀୟ 06 ଟି, ଆବାସ ଯୋଜନା ସମ୍ପର୍କୀୟ 25 ଟି, ଜମିଜମା ସମସ୍ୟା ସମ୍ପର୍କୀୟ 19 ଟି, ଭତ୍ତା ପାଇବା ପାଇଁ 10 ଟି, ପୋଲିସ ସହାୟତା ପାଇବା ପାଇଁ 02 ଟି,ରେଡ଼କ୍ରସ ପାଣ୍ଠିରୁ ସହାୟତା ନିମନ୍ତେ 01 ଟି, ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ଫଣ୍ଡ ରୁ ସହାୟତା ନିମନ୍ତେ 02 ଟି ଏବଂ ଅନ୍ୟାନ୍ୟ 16 ଟି ଅଭିଯୋଗର ଶୁଣାଣି କରାଯାଇଥିଲା। 12 ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି. ଆର,ଅତିରିକ୍ତ ଜ଼ିଲ୍ଲାପାଳ ପାରାଦ୍ଵୀପ,ଶ୍ରୀ ଲଲିତ ମୋହନ ବେହେରା, ଜିଲ୍ଲା ପରିଷଦ ର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ଶ୍ରୀ ରବିନାରାୟଣ ଜେଠୀ ,ଉପଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏରସମା, ଶ୍ରୀ ଲମ୍ବୋଦର ଖୁଣ୍ଟିଆ, ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ଲକ୍ଷ୍ମୀପ୍ରିୟା ମହାପାତ୍ର , ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
