ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି

6

ବରଗଡ଼:- ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋଏଲ , ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ କୃଣାଲ ମୋତିରାମ ଚୌହାନ, ଜିଲ୍ଲା ପରିଷଦ ମୂଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ସୁଶାନ୍ତ ସିଂ ଏବଂ ପଦ୍ମପୁର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।ସୁଚନାଯୋଗ୍ୟକି, ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ଶିକ୍ଷା, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ଧାନ ବିକ୍ରୀ, ଭତ୍ତା , ରାସ୍ତା ନିର୍ମାଣ ଆଦି ସମାସ୍ୟା ଅଧାରିତ ସମୁଦାୟ ୭୮ ଗୋଟି ଅଭିଯୋଗ ମଧ୍ୟରୁ ୬୬ଗୋଟି ବ୍ୟକ୍ତିଗତ ଏବଂ ୧୨ ଗୋଟି ସାମୁହିକ ସମସ୍ୟାର ଅଭିଯୋଗ ଶୁଣାଣି କରି ଜିଲ୍ଲାପାଳ ଲୋକଙ୍କ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.