ମା’ ପାଇଁ ଗଛଟିଏ ଅଭିଯାନ:- ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ପରିସରରେ ଚାରା ରୋପଣ କାର୍ଯ୍ୟକ୍ରମ

6

ମା’ ଭଳି ବୃକ୍ଷ ମଧ୍ୟ ଆମ ଜୀବନର ଏକ ଅବିଛେଦ୍ୟ ଅଙ୍ଗ :- ଅଶ୍ଵିନୀ ଷଡଙ୍ଗୀ

ବରଗଡ଼:- ବିଶ୍ୱ ପରିବେଶ ଦିବସ ଅବସରରେ ମାନ୍ୟବର ପ୍ରଧାନମନ୍ତ୍ରୀ “ଏକ ପେଡ ମା କେ ନାମ” (ମା ପାଇଁ ଗଛଟିଏ) କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ପରେ ରାଜ୍ୟ ସରକାରଙ୍କର “ମା’ ପାଇଁ ଗଛଟିଏ” ଅଭିଯାନ ଅନ୍ତର୍ଗତ, ବିଶ୍ୱ ପରିବେଶ ଦିବସ ସପ୍ତାହ ପାଳନ ଅବସରରେ ଆଜି ଅପରାହ୍ନରେ ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ପରିସରରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ଶ୍ରୀ ଆଶ୍ଵିନୀ ଷଡଙ୍ଗୀ ଷଡଙ୍ଗୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ମଧୁଛନ୍ଦା ସାହୁ ଯୋଗ ଦେଇ ଚାରା ରୋପଣ କରିଥିଲେ ।
କାର୍ଯ୍ୟକ୍ରମରେ ଯୋଗଦେଇ ମାନ୍ୟବର ବିଧାୟକ ଶ୍ରୀ ଷଡଙ୍ଗୀ କହିଥିଲେ , ” ଯେପରି ମା’ ଆମ ଜୀବନର ପ୍ରମୁଖ ଅଂଶବିଶେଷ ସେହିଭଳି ବୃକ୍ଷ ମଧ୍ୟ… ଏଣୁ ବୃକ୍ଷ ବଞ୍ଚି ରହିଲେ ବିଶ୍ୱ ତିଷ୍ଠି ରହିବ ଏବଂ ପ୍ରକୃତିର ସୁରକ୍ଷା ଆମର ଦାୟିତ୍ୱ ।”ଏହି ଅଭିଯାନକୁ ସଫଳ କରିବା ପାଇଁ ଜିଲ୍ଲା ପ୍ରଶାସନ ବିଭିନ୍ନ ସଂଗଠନ ସହିତ ଯୋଡି ହୋଇ ଜିଲ୍ଲାର ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କରୁଛି, ତେଣୁ ସମସ୍ତେ ଏଭଳି ଏକ ସୁନ୍ଦର ଅଭିଯାନରେ ଜଡିତ ହୋଇ କାର୍ଯ୍ୟକ୍ରମକୁ ଜନାଦୃତ କରିବା ସହ ନିଜ ମା’ଙ୍କ ନାମରେ ଗୋଟିଏ ଗୋଟିଏ ଗଛ ଲଗାଇ ସଫଳ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ସାହୁ ନିବେଦନ କରିଛନ୍ତି । ଜିଲ୍ଲା ପର୍ଯ୍ୟଟନ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଏହି ଚାରା ରୋପୋଣ କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ଖୋସ୍ଲା, ଉଦ୍ୟାନକୃଷି ବିଭାଗର ଉପନିର୍ଦେଶକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଜିଲ୍ଲା ସାମାଜିକ ମଙ୍ଗଳ ଅଧିକାରୀ ଶ୍ରୀ ତାହିର ହୁସେନଙ୍କ ସମେତ ସଂସ୍କୃତି, ଉଦ୍ୟାନ କୃଷି ଏବଂ ସୂଚନା ଓ ଲୋକ ସଂପର୍କ ବିଭାଗର ସମସ୍ତ କର୍ମଚାରୀ ଯୋଗ ଦେଇ ଚାରା ରୋପଣ କରିଥିବା ବେଳେ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ଶ୍ରୀ ପ୍ରମୋଦ କୁମାର ସିଂ କାର୍ଯ୍ୟକ୍ରମର ସୁପରିଚାଳନା କରିଥିଲେ ।

Leave A Reply

Your email address will not be published.