ଗୁରୁତର ଗଜପତି ଏ ଡି ଏମ ବିରେନ୍ଦ୍ର କୁମାର ଦାସ ଆଉ ନାହାନ୍ତି

5

ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର/ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ରେ ଗତ କାଲି ଘଟିଛି ଏକ ଦୁଃଖଦ ଘଟଣା। ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ ବିରେନ୍ଦ୍ର କୁମାର ଦାସ ଗତ କାଲି ଏକ କାର୍ଯ୍ୟକ୍ରମରେ ଅସୁସ୍ଥ ହୋଇ ତଳେ ଗଳି ପଡିଥିଲେ । ତାଙ୍କୁ ତୁରନ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପାରଳାଖେମୁଣ୍ଡିକୁ ଅଣାଯାଇ ପ୍ରାଥମିକ ଚିକିତ୍ସା କରିଥିଲେ। ହେଲେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ଚିକିତ୍ସାଳୟକୁ କାଲି ରାତିରେ ବ୍ରହ୍ମପୁର ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା। ହେଲେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ଶୁଣିବାକୁ ମିଳିଛି। ସେ ଜଣେ ବିଶିଷ୍ଠ ସାରସ୍ଵତ ସାଧକ , ଲେଖକ ବୀରେନ୍ଦ୍ର କୁମାର ଦାସ ଆମ ଗହଣରେ ଆଉ ନାହାନ୍ତି। ଯାହା ଫଳରେ ଗଜପତି ଜିଲ୍ଲାରେ ଶୋକର ଛାୟା ଖେଳି ଯାଇଛି।

ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଵର୍ଗତ ଦାସ ଜଣେ ନିଷ୍ଠାପର, ଦାୟିତ୍ଵ ସମ୍ପନ୍ନ ଅଧିକାରୀ ଭାବେ ଜନସାଧାରଣଙ୍କ ହିତ ପାଇଁ ସର୍ବଦା କର୍ମରତ ଥିଲେ। ଉଚ୍ଚକୋଟୀର ପ୍ରଶାସନିକ ଦକ୍ଷତା ପାଇଁ ସେ ସବୁମହଲ ରେ ପ୍ରଶଂସିତ ଥିଲେ। ତାଙ୍କ ବିୟୋଗରେ ରାଜ୍ୟ ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଦାସଙ୍କ ଅମର ଆତ୍ମା ର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

Leave A Reply

Your email address will not be published.