କ୍ରୀଡ଼ା ଓ ଯୁବସେବା ବିଭାଗର ଦାୟିତ୍ୱ ନେଲେ ପ୍ରମୁଖ ଶାସନ ସଚିବ ଭାସ୍କର ଜ୍ୟୋତି ଶର୍ମା

5

ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ କଲେ ସୌଜନ୍ୟ ସାକ୍ଷାତ

ଭୁବନେଶ୍ୱର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଶ୍ରୀ ଭାସ୍କର ଜ୍ୟୋତି ଶର୍ମା ଆଜି ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତିା କ୍ରୀଡ଼ା ଓ ଯୁବସେବା ବିଭାଗର ଦାୟିତ୍ୱ ଗ୍ରହଣ କରିବା ପରେ ସେ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ସୌଜନ୍ୟ ସାକ୍ଷାତ କରିଥିଲୋ ତୃଣମୂଳସ୍ତରରେ କ୍ରୀଡ଼ା ଓ କ୍ରୀଡ଼ାବିତମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧା ଏହି ଅବଲୋକନରେ କାର୍ଯ୍ୟକରି ସରକାର ଓ କ୍ରୀଡ଼ାବିତମାନଙ୍କ ପ୍ରିୟଭାଜନ ହେବା ପାଇଁ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ପ୍ରମୁଖ ଶାସନ ସଚିବଙ୍କୁ ପରାମର୍ଶ ଦେଇଥିଲୋ
Imageପ୍ରମୁଖ ଶାସନ ସଚିବ ଶ୍ରୀ ଶର୍ମା ବିଭାଗୀୟ ଅଧିକାରୀଙ୍କ ସହିତ କ୍ରୀଡ଼ା ଓ ଯୁବସେବା ବିଭାଗର ପ୍ରମୁଖ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା କରିବା ସହ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀଙ୍କ ମାର୍ଗଦର୍ଶନରେ ବିଭାଗକୁ କିପରି ଅଧିକ କ୍ରିୟାଶୀଳ କରି ରାଜ୍ୟର ତୃଣମୂଳସ୍ତରର ଯୁବପ୍ରତିଭାମାନଙ୍କୁ ସମସ୍ତ ସୁବିଧାସୁଯୋଗ ଯୋଗାଇ ଦିଆଯାଇପାରିବ ସେ ନେଇ ଆଲୋଚନା କରିଥିଲୋ ପ୍ରମୁଖ ଶାସନ ସଚିବ ଶ୍ରୀ ଶର୍ମା କଳିଙ୍ଗ ଷ୍ଟାଡିୟମରେ ଥିବା ଜିମ୍ନାଷ୍ଟିକ୍ ଏବଂ ଆକ୍ୱାଟିକ୍ ସେଣ୍ଟରକୁ ବୁଲି ଦେଖିବା ସହ କ୍ରୀଡ଼ାବିତ୍ ଓ ପ୍ରଶିକ୍ଷକମାନଙ୍କ ସହ ଆଲୋଚନା କରିଥିଲୋ

Image

Leave A Reply

Your email address will not be published.