କଟକ ଘରୋଇ ନର୍ସିଂ ହୋମ୍ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବେଗ

6
  • ନର୍ସିଂ ହୋମ୍‌ର ସମସ୍ତ ରୋଗୀଙ୍କୁ ଅନ୍ୟ ଚିକିତ୍ସାଳୟରେ ଯଥାଶୀଘ୍ର ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ

  • ଚିକିତ୍ସାଳୟର ଅଗ୍ନି ନିରାପତ୍ତା ସମ୍ପର୍କରେ ତଦନ୍ତ ପାଇଁ ଅଗ୍ନିଶମ ବିଭାଗ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: କଟକର ଏକ ଘରୋଇ ନର୍ସିଂ ହୋମ୍ ରେ ନିଆଁ ଲାଗିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଏହା ଅତ୍ୟନ୍ତ ଦୁଃଖଦ ଘଟଣା। ରୋଗୀମାନଙ୍କ ଜୀବନ ବଞ୍ଚାଉ ଥିବା ସଂସ୍ଥା ଏ ସବୁ ବିଷୟ ପ୍ରତି ଅଧିକ ସଚେତନ ହେବା ଆବଶ୍ୟକ।

ଚିକିତ୍ସିତ ରୋଗୀମାନଙ୍କୁ ଯଥାଶୀଘ୍ର ଅନ୍ୟାନ୍ୟ ଚିକିତ୍ସାଳୟକୁ ନେଇ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ସେ ସ୍ୱାସ୍ଥ୍ୟ ସଚିବ ଓ କଟକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏ ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ନି ନିରାପତ୍ତା ଜନିତ ସମସ୍ତ ନିୟମକୁ କଡାକଡି ପାଳନ କରିବା ପାଇଁ ସେ ଅଗ୍ନିଶମ ବିଭାଗର ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.