ପାରଳାଖେମୁଣ୍ଡି ରଥଯାତ୍ରା ପାଳନ ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ

5

https://youtu.be/ifK8n0UkB84 

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦର ମିଳିତ ଆନୁକୁଲ୍ୟରେ ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣ ଠାରେ ସ୍ଥାନୀୟ କଳାକାର ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।
ଏହି କାର୍ଯ୍ୟକ୍ରମ ଆସନ୍ତା ପବିତ୍ର ବାହୁଡା ଯାତ୍ରା ତଥା ୧୫ ତାରିଖ ପର୍ଯ୍ୟନ୍ତ ଦେବସ୍ନାନ ମଣ୍ଡପରେ ପ୍ରତିଦିନ ସନ୍ଧ୍ୟା ୭.ଘଣ୍ଟା ଠାରୁ ୯ ଘଟିକା ସମୟ ମଧ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଉଛି ।
Imageଚତୁର୍ଥ ସନ୍ଧ୍ୟାରେ ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜଙ୍କ ତତ୍ୱାବୋଧାନରେ ପାରଳାର ଅଗ୍ରଣୀ ନୃତ୍ୟ ଅନୁଷ୍ଠାନ ନଟରାଜ ନୃତ୍ୟ ଦଳ ଓ ଶ୍ରୀ ଜଗନ୍ନାଥ ଓଡିଶୀ କଳା କେନ୍ଦ୍ରର କଳାକାର ମାନଙ୍କ ଦ୍ବାରା ଭାରତନାଟ୍ୟମ୍ , ଓଡିଶୀ , ଭଜନ ପରିବେଷଣ ହୋଇଥିଲା। ସମସ୍ତ କାର୍ଯ୍ୟକ୍ରମ କୁ ମନୋଜ କୁମାର ପାଢ଼ୀ ସଂଯୋଜନା କରିଥିଲେ।

Leave A Reply

Your email address will not be published.