କୃଷ୍ଣ ଓ ବଳରାମ ଅବତାରରେ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀଜୀଉ : ଠାକୁରଙ୍କ ସନ୍ଧ୍ୟା ଆଳତୀ ଦର୍ଶନ ସହ ସାଂସ୍କୃତିକ କାର୍ଯ୍ୟକ୍ରମର ମଜାନେଲେ ଶ୍ରଦ୍ଧାଳୁ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ସ୍ଥିତ ଗୁଣ୍ଡିଚାବାଡ଼ି ଠାରେ କୃଷ୍ଣ ଓ ବଳରାମ ଅବତାର ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀଜୀଉ। ଠାକୁରଙ୍କ କୃଷ୍ଣ ଓ ବଳରାମ ଅବତାର ବେଶ ଦର୍ଶନ ଓ ଆଳତୀ ଦେଖିବା ପାଇଁ ସନ୍ଧ୍ୟାରେ ଭକ୍ତଙ୍କ ଭିଡ଼ ଲାଗିଥିଲା। ପାଗ ଅନୁକୂଳ ଥିବାରୁ ପୁରପଲ୍ଲୀରୁ ଭକ୍ତଙ୍କ ସୁଅ ଛୁଟି ଥିବାର ଦେଖିବାକୁ ମିଳିଛି। ଠାକୁରଙ୍କ ବିଭିନ୍ନ ଅବତାର ଦର୍ଶନ କଲେ ପୁଣ୍ୟ ମିଳେ ବୋଲି ପ୍ରତ୍ୟେକ ଦିନ ଭକ୍ତଙ୍କ ସମାଗମ ହୋଇଥାଏ।
ଶ୍ରୀଜୀଉଙ୍କ ଦର୍ଶନ କରିବା ସଙ୍ଗେ ସଙ୍ଗେ ପ୍ରତ୍ୟେକ ଦିନ ସନ୍ଧ୍ୟା ସମୟରେ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ପରିଷଦ ଦ୍ୱାରା ଆୟୋଜିତ ବିଭିନ୍ନ ଅନୁଷ୍ଠାନର ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମର ମଜା ନେଇଥିଲେ ଶ୍ରଦ୍ଧାଳୁ।
ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ଆସନ୍ତା ପବିତ୍ର ବାହୁଡା ଯାତ୍ରା ତଥା ୧୫ ତାରିଖ ପର୍ଯ୍ୟନ୍ତ ଦେବସ୍ନାନ ମଣ୍ଡପରେ ପ୍ରତିଦିନ ସନ୍ଧ୍ୟା ୭.ଘଣ୍ଟା ଠାରୁ ୯ ଘଟିକା ସମୟ ମଧ୍ୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ।
ପଞ୍ଚମ ସନ୍ଧ୍ୟାରେ ଶୁଭ୍ରାଂଶୁ ଶେଖର ପଟ୍ଟନାୟକ ଙ୍କ ସଂଯୋଜନାରେ ପାରଳାର ଅଗ୍ରଣୀ ଅନୁଷ୍ଠାନ ମିରାକେଲ ଡେନ୍ସ ଷ୍ଟୁଡିଓ ର କୁନିକୁନି ପିଲା ମାନଙ୍କ ଦ୍ବାରା ଭଜନ ନୃତ୍ୟ ପରିବେଷଣ କରିଥିଲେ।
ଜିଲ୍ଲା ପ୍ରଶାସନ ଓ ରଥଯାତ୍ରା କମିଟିର ଏହି ଭଳି ପଦକ୍ଷେପକୁ ଜିଲ୍ଲାବାସୀ ପ୍ରଶଂସା କରିଛନ୍ତି। ଜନ ଗହଳିକୁ ଆଖି ଆଗରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ଶାନ୍ତି ଶୃଙ୍ଖଳା ରକ୍ଷା କରିବାକୁ ପୋଲିସ ମୁତୟନ ଥିଲେ।