ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ସୋମବାର ଦିନ ଚତୁର୍ଦ୍ଧା ମୂର୍ତ୍ତି ତଥା ଶ୍ରୀଜୀଉ ମାନଙ୍କ ପବିତ୍ର ବାହୁଡ଼ା ଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି।
ଏହି ଅବସରରେ ପୂର୍ବାହ୍ନରେ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ତିନି ଠାକୁରଙ୍କ ଶ୍ରୀ ମନ୍ଦିରକୁ ଯାତ୍ରା କରିବା ପୂର୍ବରୁ ସେନାପଟା ଓ ପାରମ୍ପରିକ ପୂଜାର୍ଚ୍ଚନା ନୀତି ପ୍ରଭୃତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ତା ପରେ ଗୋଟି ପହଣ୍ଡିରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ପହଣ୍ଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।
ପ୍ରଥମେ ପ୍ରଭୁ ସୁଦର୍ଶନଙ୍କ ପହଣ୍ଡି ହେବା ପରେ ତିନି ଠାକୁରଙ୍କୁ ନିଜ ନିଜ ରଥ ଉପରକୁ ପହଣ୍ଡି ବିଜେ ହୋଇଥିଲା।
ସେବାୟତ ମାନଙ୍କ ଦ୍ଵାରା ଠାକୁର ମାନଙ୍କ ରଥ ଉପରକୁ ପହଣ୍ଡି ବିଜେ କାର୍ଯ୍ୟକ୍ରମ ସମ୍ପନ୍ନ ହେବା ପରେ ତିନି ଠାକୁରଙ୍କ ରଥ ଉପରେ ଛେରା-ପଅଁରା କାର୍ଯ୍ୟକ୍ରମ ରାଜ ପ୍ରାସାଦରୁ କଲ୍ୟାଣୀ ଗଜପତି ନାରାୟଣ ଦେବଙ୍କ ଦ୍ଵାରା ଛେରା ପଅଁରା କାର୍ଯ୍ୟ ସମ୍ପନ୍ନ ହୋଇଥିଲା। ଅପରାହ୍ନରେ ୫ଟାରେ ରଥଟଣା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା।
ଚଳିତ ବର୍ଷ ରଥଯାତ୍ରା ଦେଖିବା ପାଇଁ ପାରଳା ସହର ସମେତ ପୁରପଲ୍ଲୀ ଓ ପଡୋଶୀ ଆନ୍ଧ୍ରର ବିଭିନ୍ନ ଅଞ୍ଚଳରୁ ଲକ୍ଷାଧିକ ଶ୍ରଦ୍ଧାଳୁ ଭକ୍ତଙ୍କ ସମାଗମ ହୋଇଥିଲା।
ମା ସୁଭଦ୍ରାଙ୍କ ରଥକୁ ମହିଳା ମାନେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନାର ସହ ଟାଣିଥିଲେ ଏବଂ ଏଥିରେ ହଜାର ହଜାର ସଂଖ୍ୟାରେ ମହିଳା ଓ ଯୁବତୀ ମାନେ ସାମିଲ ଥିଲେ।
ସେହିଭଳି ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ଏବଂ ପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥକୁ ଶ୍ରଦ୍ଧାଳୁ ଭକ୍ତମାନେ ଟାଣି ନେଇଥିଲେ।
ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ଏସ୍ ସ୍ଵାତୀ କୁମାରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ବହୁ ସଂଖ୍ୟାରେ ଜିଲ୍ଲା ପ୍ରଶାସନିକ ଅଧିକାରୀ ଓ ପୋଲିସ ଅଧିକାରୀ ଓ ପୋଲିସ ବାହିନୀ ମୃତୟନ ଥିଲେ।
Sign in
Sign in
Recover your password.
A password will be e-mailed to you.
Next Post