ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଜରାଉ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ , ଡ଼.ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ଜରାଉ ଗ୍ରାମ ପଞ୍ଚାୟତ ସମେତ ଗୋବିନ୍ଦପୁର , ମାଳସପଦର ଓ ବଡ଼ଖାନି ପଞ୍ଚାୟତର ସମୁଦାୟ ମୋଟ- ୫୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୯ ଗୋଟି , ଗ୍ରାମ ଭିତ୍ତିକ ସମସ୍ୟା- ୩୨ ଗୋଟି ଓ ୩ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି, ଜଣକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୫ ହାଜର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଶ୍ରୀ ରଞ୍ଜିବ ଶବର , ଅଧ୍ୟକ୍ଷ , ପଞ୍ଚାୟତ ସମିତି ମୋହନା , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ରାଜୀବ ଦାସ , ତହସିଲଦାର ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.