ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଆନୁକୂଲ୍ୟରେ ଗଜପତି ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ‘ଶିଶୁଙ୍କ ପାଇଁ ଦିନ ଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ସୁଶ୍ରୀ ସ୍ଵାତୀ ଏସ୍ କୁମାର , ଆରକ୍ଷୀ ଅଧିକ୍ଷକ ଗଜପତିଙ୍କ ଅଧ୍ୟକ୍ଷତା କରି ଜିଲ୍ଲାରେ ଶିଶୁ ସୁରକ୍ଷା ସମ୍ବନ୍ଧିତ ବିଭିନ୍ନ ସମସ୍ୟା ଏହାର ସମାଧାନ ଉପରେ ଆଲୋଚନା କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଜି.ତିରୁପତି ରାଓ , ସଭାପତି , ଜିଲ୍ଲା ପରିଷଦ ଗଜପତି, ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବରେ ପାରଳା ପୌରାଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ , ଡ଼.ଗୁଣନିଧି ନାୟକ , ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି , ଶ୍ରୀ ଦିଲ୍ଲୀପ କୁମାର ବେହେରା , ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି , ଶ୍ରୀ ଆଲୋକ ରଞ୍ଜନ ରାୟ , ଅଧ୍ୟକ୍ଷ , ପୋଲିସ ୟୁନିଟ ଗଜପତି , ଶ୍ରୀ କିଶୋର କୁମାର ନ୍ୟାୟ , ଜୁଭେନାଲ ଜଷ୍ଟିସ ବୋର୍ଡ ପାରଳାଖେମୁଣ୍ଡି , ଶ୍ରୀ ଅଶ୍ଵିନୀ କୁମାର ମହାପାତ୍ର , ଅଧ୍ୟକ୍ଷ , ଶିଶୁ ମଙ୍ଗଳ ସମିତି , ଗଜପତି ପ୍ରମୁଖ ଯୋଗଦେଇ ଶିଶୁ ସୁରକ୍ଷା , ଶିଶୁ ଅଧିକାର , ବାଲ୍ୟ ବିବାହକୁ ଜିଲ୍ଲାରେ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବା ସହ ଶିଶୁ ଶ୍ରମିକ , ଶିଶୁ ଭିକ୍ଷାବୃତ୍ତି କୁ କିପରି ରୋକାଯାଇ ପାରିବ ତାହା ଉପରେ ଆଲୋଚନା କରାଯାଇ ଆଗାମୀ କାର୍ଯ୍ୟପନ୍ଥା ଗ୍ରହଣ କରାଯାଇଥିଲା।
ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ କାର୍ଯ୍ୟକ୍ରମ ବିଷୟରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ଏହି ଅବସରରେ ଶିଶୁ ସୁରକ୍ଷା ଅନୁଷ୍ଠାନର ଛାତ୍ରଛାତ୍ରୀଙ୍କୁ ଚଳିତ ଦଶମ ପରୀକ୍ଷାରେ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଥିବା ୪ ଜଣ ଛାତ୍ରଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ/ଅଧ୍ୟକ୍ଷା ସମେତ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼. ମାୟାଧର ସାହୁ , ଡେପୁଟି କଲେକ୍ଟର ଶ୍ରୀ ପାଣକୃଷ୍ଣ ପାଣିଗ୍ରାହୀ , ଅତିରିକ୍ତ ଶ୍ରମ ଅଧିକାରୀ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ ବିଭିନ୍ନ ଅନୁଷ୍ଠାନର ଛାତ୍ରଛାତ୍ରୀ ଓ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟର ସମସ୍ତ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହିବା ସହିତ ପରିଚାଳନାରେ ସହଯୋଗ କରିଥିଲେ।
Sign in
Sign in
Recover your password.
A password will be e-mailed to you.