ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ପାଣିପାଗ ବିଭାଗ ସୂଚନା ମୁତାବକ ଗଜପତି ଜିଲ୍ଲାରେ ୨୦ ତାରିଖ ଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଲଘୁଚାପ ଜନିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ପୂର୍ବାନୁମାନ ଯେ ଗଜପତି ଜିଲ୍ଲାରେ ସତର୍କ ରହିବା ନିମନ୍ତେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀକାଳୀନ ବୈଠକ ଆଭାସୀ ମାଧ୍ୟମରେ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସମସ୍ତ ଲାଇନ ବିଭାଗୀୟ ଅଧିକାରୀମାନଙ୍କୁ ଅବଗତ କରାଇଥିଲେ ଯେ ପାଣିପାଗ ବିଭାଗର ସୂଚନା ମୁତାବକ ଆସନ୍ତା ୨୦ ତାରିଖ ଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଣୁ ଜିଲ୍ଲାରେ ତଳିଆ ଅଞ୍ଚଳରେ ବସବାସ କରୁଥିବା ଜନସାଧାରଣ ଧନଜୀବନ ସୁରକ୍ଷା ଲାଗି ବିଭିନ୍ନ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।
ଜିଲ୍ଲାରେ ୧୨୯ ଗୋଟି ଭୂସ୍ଖଳନ ଚିହ୍ନଟ ହୋଇଥିବା ଜାଗାରେ ସତର୍କ ରହିବାକୁ ସୂଚନା ଦିଆଯାଇଛି। ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ କୌଣସି ସରକାରୀ କର୍ମଚାରୀ ହେଡକ୍ୱାଟର ନ ଛାଡ଼ିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ଓ ଯେଉ ମାନେ ଛୁଟିରେ ଥିବେ ସେମାନେ ନିଜ କାର୍ଯ୍ୟାଳୟରେ ଯୋଗଦେବାକୁ ପାଇଁ କୁହାଯାଇଛି। ଜିଲ୍ଲାର କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ପାରଳାଖେମୁଣ୍ଡି ପୌର ପରିଷଦ ତଳିଆ ଅଞ୍ଚଳରେ ବର୍ଷା ଜନିତ ପାଣି ଜମା ହେବାର ସମ୍ଭାବନା ରହିଛି। ତେଣୁ ସ୍ଥିତି କୁ ଧ୍ୟାନରେ ରଖି ପୂର୍ବ ପ୍ରସ୍ତୁତି କରିବାକୁ କୁହାଯାଇଛି। ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଅଛି ଏଣୁ ବିଭିନ୍ନ ସ୍ଥାନରେ ଭୂସ୍ଖଳନ ହୋଇପାରେ , ତେଣୁ ପୂର୍ବରୁ ଉକ୍ତ ସ୍ଥାନଗୁଡିକ ଚିହ୍ନଟ କରି ଆଗୁଆ ସଜାଗ ରହିବାକୁ ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ , ତହସିଲଦାର ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ଆଶ୍ରୟ ସ୍ଥଳ ତଥା ସ୍କୁଲ , କଲେଜ ଓ ଅଙ୍ଗନୱାଡ଼ି କେନ୍ଦ୍ର ଗୁଡିକୁ ଯାଞ୍ଚ୍ କରି ସଜାଗ ରଖିବାକୁ କୁହାଯାଇଛି।
ଏହି ଜରୁୀକାଳୀନ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମିଞ୍ଜ , ଉପଜିଲ୍ଲାପାଳ ଶ୍ରୀ ଅନୁପ ପଣ୍ଡା , ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଶ୍ରୀ କମଳକାନ୍ତ ପଣ୍ଡା ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।
Sign in
Sign in
Recover your password.
A password will be e-mailed to you.