ସୁରେଶ ପୂଜାରୀଙ୍କୁ ପ୍ରଣବଙ୍କ ଜବାବ : ମିଡ଼ିଆକୁ ଆସିବା ଆଗରୁ ପ୍ରସ୍ତୁତ ହୋଇ ଆସନ୍ତୁ

5

“ଯେଉଁ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକର ନିଷ୍ପତ୍ତି ଅନୁଯାୟୀ ବିଜେଡି ଜମି ପାଇଥିଲା, ସେହି ସମାନ ନିଷ୍ପତ୍ତି ବଳରେ ବିଜେପି ପାଇଁ ଜମି ଦିଆଯାଇଥିଲା”

ଭୁବନେଶ୍ୱର : ଶଙ୍ଖ ଭବନ ଜମି ଲିଜ୍ ପ୍ରସଙ୍ଗରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟାର ପାଲଟା ଜବାବ ରଖିଛନ୍ତି ବିଜେଡି ନେତା ପ୍ରଣବ ପ୍ରକାଶ ଦାସ | ସେ ଆଜି ତାଙ୍କ ଏକ୍ସ ହାଣ୍ଡଲରେ ଉଲ୍ଲେଖ କରିଛନ୍ତି ଯେ ” ଶଙ୍ଖ ଭବନ ଜମି ଲିଜ୍ ପ୍ରସଙ୍ଗ ହେଉ ଅବା ନିର୍ମାଣ କାର୍ଯ୍ୟ ଏଥିରେ କୈାଣସି ଅସଙ୍ଗତି ନାହିଁ । ରାଜସ୍ୱ ମନ୍ତ୍ରୀ ବୋଧହୁଏ ଜାଣିନାହାନ୍ତି, ଯେଉଁ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକର ନିଷ୍ପତ୍ତି ଅନୁଯାୟୀ ବିଜୁ ଜନତା ଦଳ ରାଜ୍ୟ କାର୍ଯ୍ୟାଳୟ ପାଇଁ ଜମି ଆବଣ୍ଟିତ ହୋଇଥିଲା, ସେହି ସମାନ ନିଷ୍ପତ୍ତି ବଳରେ ବିଜେପି ଦଳୀୟ କାର୍ଯ୍ୟାଳୟ ପାଇଁ ଜମି ପ୍ରଦାନ କରାଯାଇଥିଲା । ଜମି ଆବଣ୍ଟନ ପାଇଁ ବିଧି ଅନୁଯାୟୀ ବିଜେଡି ଆବେଦନ କରିଥିଲା ଏବଂ ସରକାରୀ ସ୍ତରରେ ଯାହା ନିର୍ଦ୍ଦେଶ ଦିଆଯାଇଥିଲା, ତାକୁ ଅନୁପାଳନ ମଧ୍ୟ କରିଥିଲା । ଏଥିରେ କୈାଣସି ପ୍ରକାରର ତ୍ରୁଟି ବିଚ୍ୟୁତି ନାହିଁ ।”
ଶ୍ରୀ ଦାସ ଆହୁରି ମଧ୍ୟ କହିଛନ୍ତି ଯେ ” ନୂଆ ମନ୍ତ୍ରୀ ହୋଇଥିବା ଶ୍ରୀ ପୂଜାରୀ ସମସ୍ତ ତଥ୍ୟ ସଂକ୍ରାନ୍ତରେ ଅବଗତ ନ’ହୋଇ ଗଣମାଧ୍ୟମ ସାମ୍ନାକୁ ଆସି ମନଇଛା ବକ୍ତବ୍ୟ ଦେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ସରକାରୀ ନିଷ୍ପତ୍ତି ଅନୁଯାୟୀ ଅତ୍ୟନ୍ତ ସ୍ୱଛତାର ସହ ବିଜେଡି ସମସ୍ତ କାର୍ଯ୍ୟ କରିଛି” |

 Image

Leave A Reply

Your email address will not be published.